ମେଷ: ଆପଣଙ୍କ ସ୍ବଭାବକୁ କୋମଳ ରଖନ୍ତୁ। ଅଧିକ ଭାବୁକ ହେଲେ ଅଶାନ୍ତିରେ ରହିବେ। ମନର ବ୍ୟଥା ପାଖ ଲୋକଙ୍କୁ କୁହନ୍ତୁ ମନ ହାଲୁକା ହେବ। ରାଜନୀତି କାର୍ଯ୍ୟରେ ରୁଚି ବଢ଼ିବ। 

Advertisment

ବୃଷ: ଅଫିସରେ ସହକର୍ମୀ ଆପଣଙ୍କ କାମର ପ୍ରଶଂସା କରିବେ। ବ୍ୟବସାୟରେ ଧନଲାଭ ହେବ। ଅନ୍ତରଙ୍ଗ ବନ୍ଧୁ ସହିତ ଦେଖା ହୋଇପାରେ। ଛାତ୍ରଙ୍କୁ କୌଣସି ନୂଆ ପ୍ରୋଜେକ୍ଟ ମିଳିବ। 

ମିଥୁନ: ପରିବାରରେ କୌଣସି ଲୋକଙ୍କ ସହିତ ମତଭେଦ ହୋଇପାରେ। ଅପବ୍ୟୟ ଉପରେ ନିୟନ୍ତ୍ରଣ ରଖନ୍ତୁ। ଅଫିସରେ ଆପଣଙ୍କର ଖଟଣି ପାଇଁ ପଦୋନ୍ନତି ମିଳିପାରେ। 

କର୍କଟ: ଆପଣଙ୍କର ନୂଆ କାର୍ଯ୍ୟ ପ୍ରତି ଆଗ୍ରହ ବଢ଼ିବ। ଆର୍ଥିକ ପକ୍ଷ ପୂର୍ବ ଅପେକ୍ଷା ସୁଦୃଢ଼ ହେବ। ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ। ଡ଼ାକ୍ତରଙ୍କର ସମାଜରେ ପ୍ରସିଦ୍ଧି ବଢ଼ିବ। 

ସିଂହ: କୌଣସି ଚାଲେଞକୁ ସହଜରେ ସମାଧାନ କରିଦେବେ। ପୂର୍ବରୁ କରିଥିବା କୌଣସି ଭୁଲ୍ ପାଇଁ ପଶ୍ଚାତାପ କରିବେ। ବଜେଟକୁ ଧ୍ୟାନ ରଖି ଖର୍ଚ୍ଚ କରନ୍ତୁ। ଦାମ୍ପତ୍ୟ ଜୀବନରେ ଖୁସି ଆସିବ। 

କନ୍ୟା: ସବୁ କାମ ମନମୁତାବକ ସଂପୂର୍ଣ୍ଣ ହେବ। ଅବିବାହିତଙ୍କ ଲାଗି ବିବାହର ଭଲ ପ୍ରସ୍ତାବ ଆସିବ। ପୁସ୍ତକ ବ୍ୟବସାୟୀଙ୍କୁ ଆଶା ଠାରୁ ଅଧିକ ଲାଭ ହେବ। ଇଂଜିନିୟର ଛାତ୍ରଙ୍କ ଲାଗି ଭଲ ଦିନଟିଏ। 

ତୁଳା: ଆପଣଙ୍କ ଲାଗି ଦିନଟି ବହୁତ ଭଲ ରହିବ। ଚାକିରି ବୃତ୍ତିରେ ସଫଳତା ପାଇବେ। ଜୀବନସାଥୀ ସହିତ ବାହାରକୁ ବୁଲି ଯାଇପାରନ୍ତି। ନୂଆ ବସ୍ତ୍ର କିଣିବାରେ ଅଧିକ ଖର୍ଚ୍ଚ କରିପାରନ୍ତି। 

ବିଛା: ଅଧୁରାଥିବା କାମ ବନ୍ଧୁ ସାହାଯ୍ୟରେ ସଂପୂର୍ଣ୍ଣ କରିବେ। ଧାରନେବା ଓ ଦେବାରେ ନିବୃତ୍ତ ରୁହନ୍ତୁ। ପାରିବାରିକ ଜୀବନ ସୁଖମୟ ହେବ। ଲେଖାପଢ଼ାରେ ଆପଣଙ୍କରଏକାଗ୍ରତା ବଢ଼ିବ। ‌ 

ଧନୁ: କୌଣସି ମାମଲାରେ ବଡ଼ ନିର୍ଣ୍ଣୟ ନେଇପାରନ୍ତି। ବ୍ୟବସାୟୀ ନିଜର କାଗଜପତ୍ର ସମ୍ଭାଳି କରି ରଖନ୍ତୁ। ପ୍ରେମ ସମ୍ବନ୍ଧରେ ନକାରାତ୍ମକତା ଅନୁଭବ କରିବେ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ। ‌ 

ମକର: ଲୋକମାନଙ୍କ ଆଗରେ ଆପଣଙ୍କର ଭାବମୂର୍ତ୍ତି ଭଲ ରହିବ। ବାଲ୍ୟବନ୍ଧୁ ସହ ଦେଖା ହୋଇପାରେ। ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ। ବିଦ୍ୟାର୍ଥୀଙ୍କ ମନ ଲେଖାପଢ଼ାରେ ଲାଗିବ। ‌ 

କୁମ୍ଭ: ବ୍ୟବସାୟ ସମ୍ବନ୍ଧରେ ବଡ଼ ନିଷ୍ପତ୍ତି ନେବା ପାଇଁ ଦିନଟି ଭଲ। ରାଜନୀତିରେ ଥିବା ଲୋକ ସଫଳତା ପାଇବେ। ଘରକୁ ବନ୍ଧୁ ଆସିପାରନ୍ତି। ପ୍ରେମିକା ସହିତ ସମ୍ବନ୍ଧ ମଜଭୁତ ହେବ। 

ମୀନ: ଚାକିରିଜୀବୀଙ୍କ ଲାଗି ଦିନଟି ଭଲ। ଉପରିସ୍ଥ କର୍ମଚାରୀ ଆପଣଙ୍କ ପ୍ରତି ବହୁତ ଖୁସି ରହିବେ। ନୂଆ ଜମି କିଣିବା ପୂର୍ବରୁ ଶୁଭମୁହୂର୍ତ୍ତ ଦେଖି ନିଅନ୍ତୁ। ଜୀବନସାଥୀର ପ୍ରେମ ଓ ସୁଖ ପାଇବେ।