ମେଷ: ଆପଣଙ୍କ ଜୀବନ ଲାଗି ସଫଳତାର ଦିନଟିଏ। ଆଶା ଠୁଁ ଅଧିକ ଧନଲାଭ ହେବ। ବଡ଼ କାରବାରର ସଉଦା ହାତକୁ ଆସିପାରେ। ନ୍ୟାୟିକ ମାମଲାରେ ଆରାମ ପାଇବେ। ଜୀବନସାଥୀଙ୍କ ସହିତ ତାଳମେଳ ଭଲ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭଦ୍ରକାଳୀ।
ବୃଷ: ଦିନଟି ସକାରାତ୍ମକ ଭରା ରହିବ। ସହଯୋଗୀଙ୍କ ସହଯୋଗରେ ମାନ ପ୍ରତିଷ୍ଠା ବୃଦ୍ଧି ହେବ। ଆର୍ଥିକ ମାମଲାକୁ ନେଇ ଯାତ୍ରା ସଫଳ ହେବ। ନୂଆ ବ୍ୟବସାୟରେ ନିବେଶ କରିପାରନ୍ତି। ମହିଳାମାନେ ଜୀବନରେ ଆଗକୁ ବଢ଼ିବେ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଦୁର୍ଗା।
ମିଥୁନ: ଭାଗ୍ୟ ଆପଣଙ୍କୁ ସାଥ ଦେବ। ନୂତନ କାରବାର ଆରମ୍ଭ ପାଇଁ ଦିନଟି ଉପଯୁକ୍ତ। ଶତ୍ରୁ ଆପଣଙ୍କର କ୍ଷତି କରିବାକୁ ଚେଷ୍ଟା କଲେ ବି କିଛି କରିପାରିବେ ନାହିଁ। ବନ୍ଧୁଙ୍କ ସାହାଯ୍ୟରେ ଚାକିରି ମିଳିପାରେ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ବାବା ହରିଶଙ୍କର।
କର୍କଟ: ଆପଣଙ୍କ ଜୀବନରେ ଖୁସିର ବର୍ଷା ହେବ। ପ୍ରିୟ ବନ୍ଧୁଙ୍କ ସହିତ ସମୟ ଭଲରେ କଟିବ। ସ୍ୱାଦିଷ୍ଠ ଖାଦ୍ୟ ଭୋଜନ କରିବେ। ଜରୁରୀ କାମରେ ପରିବାରର ସହଯୋଗ ମିଳିବ। ବ୍ୟବସାୟୀ କିଛି ନୂଆ ଯୋଜନା ପ୍ରସ୍ତୁତ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ କାଳୀଜାଈ।
ସିଂହ: ଆପଣଙ୍କ ଲାଗି ଦିନଟି ଅନୁକୂଳ ରହିବ। ପୂର୍ବରୁ କରିଥିବା କାମ ଆଜି ପୂରା ହୋଇଯିବ। କଂପାନିରେ ଆପଣଙ୍କୁ କୌଣସି ସୁବିଧା ମିଳିପାରେ। ଅଚାନକ ଧନପ୍ରାପ୍ତି ହେବ। ପ୍ରେମରେ ସଫଳତା ପାଇବେ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ଦୁର୍ଗା।
କନ୍ୟା: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ବ୍ୟବସାୟରେ ଅଂଶୀଦାରଙ୍କ ସହିତ ଜରୁରୀ ଆଲୋଚନା କରିବେ। ବିଦେଶୀ ସମ୍ବନ୍ଧରେ ଆପଣଙ୍କୁ ଲାଭ ହୋଇପାରେ। ବିବାହିତ ମହିଳାଙ୍କ ପାଇଁ ଦିନଟି ବଢ଼ିଆ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।
ତୁଳା: ଆପଣ ନିଜ ଉପରେ ଭରସା ରଖନ୍ତୁ ଏବଂ ନିଜ ବୁଦ୍ଧିରେ ଆଗକୁ ବଢ଼ନ୍ତୁ। ନୂଆ ପରିଯୋଜନା ଆରମ୍ଭ କରନ୍ତୁ; ଲାଭ ହେବ। ସନ୍ଧ୍ୟାରେ ପତ୍ନୀଙ୍କ ସହିତ ଭୋଜନ କରିବା ପାଇଁ ହୋଟେଲ ଯାଆନ୍ତୁ, ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିବ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ସୁରେଶ୍ୱରୀ।
ବିଛା: ନୂଆ କାମଧନ୍ଦା ସମ୍ବନ୍ଧରେ ବିଚାର କରିବା ଲାଗି ଦିନଟି ଭଲ। ରାଜନୈତିକ ସଂପର୍କରୁ ସ୍ଥଗିତ ଥିବା କାମ ଆଗକୁ ବଢ଼ିବ। ଚାଷୀଙ୍କୁ କିଛି ଲାଭ ହୋଇପାରେ। ବୈବାହିକ ଜୀବନରେ ମଧୁରତା ଆସିବ। ବିଦ୍ୟାର୍ଥୀମାନେ ନିଜ ପରିଯୋଜନାରେ ଅଧିକ ପରିଶ୍ରମ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀ ଗଣେଶ।
ଧନୁ: କାରବାରରେ ବଡ଼ ସଉଦା ହେବ। ବିଶେଷ ମାମଲାର ସମାଧାନ ଶୀଘ୍ର ମିଳିଯିବ। କାର୍ଯ୍ୟକ୍ଷେତ୍ରରେ ଅଧିକାରୀବର୍ଗ ଆପଣଙ୍କ ପକ୍ଷରେ ରହିବେ। ରାଜନୀତିରେ ଯୋଗାଯୋଗ ଭଲ ରହିବ। ଜୀବନସାଥୀଙ୍କ ଠାରୁ ଉପହାର ପାଇବେ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ସନ୍ତୋଷୀ ମାତା।
ମକର: ଆଜି ଆପଣଙ୍କ ମନ ଶାନ୍ତ ରହିବ। ନିଃସ୍ୱାର୍ଥ ସମାଜ ସେବାରୁ ପ୍ରତିଷ୍ଠା ପାଇବେ। ଅଫିସରେ କୌଣସି ଗୁରୁତ୍ଵପୂର୍ଣ୍ଣ ଫଇସଲା ନେବେ। ଯୁବକଙ୍କ ଲାଗି ଉନ୍ନତିର ନୂଆ ଦ୍ଵାର ଖୋଲିବ। ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ଯାଇପାରନ୍ତି। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ପାଟଣେଶ୍ୱରୀ।
କୁମ୍ଭ: କୌଣସି ଲକ୍ଷ୍ୟକୁ ନେଇ ଉତ୍ସୁକ ରହିବେ। ଆଜି ଆପଣଙ୍କୁ ଭଲ କାମ ପାଇଁ ସମ୍ମାନିତ କରାଯିବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ। ଦାମ୍ପତ୍ୟ ଜୀବନରେ ତାଳମେଳ ବଜାୟ ରଖନ୍ତୁ। ସୁସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ ବଢ଼ିବ। ଶୁଭରଙ୍ଗ: ନୀଳ। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।
ମୀନ: କ୍ୟାରିୟର ପାଇଁ ଭଲ ଦିନଟିଏ। କାରବାରରେ କୌଣସି ନୂଆ ସଉଦା ହେବ। ଚାକିରିରେ ସକାରାତ୍ମକ ପରିବର୍ତ୍ତନ ହୋଇପାରେ। ପ୍ରେମ ସମ୍ବନ୍ଧରେ ଗଭୀରତା ବୃଦ୍ଧି ହେବ। ବିଦ୍ୟାର୍ଥୀଙ୍କର ଅଧ୍ୟୟନରେ ମନ ଲାଗିବ। ଶୁଭରଙ୍ଗ: ଧଳା। ଆରାଧନା: ବାବା ହରିଶଙ୍କର।