ଜାଣନ୍ତୁ ଆସନ୍ତାକାଲିର ରାଶିଫଳ

ମେଷ: ବ୍ୟବସାୟ ଦୃଷ୍ଟିରୁ ସଫଳତା ପାଇବେ। ନିବେଶ ବିଷୟରେ ବଡ଼ଙ୍କର ମତ ନେବା ଠିକ୍ ରହିବ। ଛୋଟ ଛୋଟ ସଫଳତାରେ ଶୀଘ୍ର ଉନ୍ନତି ହେବ। ରାଜନୀତି କାର୍ଯ୍ୟରେ ମନ ଲାଗିବ।‌

ବୃଷ: ବନ୍ଧୁ ଆପଣଙ୍କୁ ସାହାଯ୍ୟ ମାଗିପାରନ୍ତି। ସ୍ବାସ୍ଥ୍ୟ ଦୃଷ୍ଟିରୁ ଆପଣ ସୁସ୍ଥ ରହିବେ। ପ୍ରେମୀ ଯୁଗଳ ନିଜର ଜୀବନଶୈଳୀରେ କିଛି ପରିବର୍ତ୍ତନ କରିପାରନ୍ତି। ବିଜ୍ଞାନ ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲ ରହିବ।

ମିଥୁନ: କୌଣସି କାମ ତରବରିଆରେ କଲେ ଅସୁବିଧାରେ ସମ୍ମୁଖୀନ ହେବେ। ଦାମ୍ପତ୍ୟ ଜୀବନରେ ମିଷ୍ଟତା ବଢ଼ିବ। ଆପଣ ଆଜି ଯାହା ଶିଖିବେ ତାହା ଆପଣଙ୍କ ଲାଗି ଲାଭଦାୟକ ହେବ।

କର୍କଟ: ଆପଣଙ୍କର ଅଶାନ୍ତି ନିବାରଣ ହେବ। ବନ୍ଧୁ ସହିତ ବାହାରକୁ ବୁଲି ଯିବାର ଯୋଜନା କରିବେ। ଧନଲାଭ ହେବ। ଛାତ୍ରଛାତ୍ରୀଙ୍କୁ କିଛି ନୂଆ ଶିଖିବାକୁ ମିଳିବ। ପ୍ରିୟଜନଙ୍କ ଠାରୁ ଉପହାର ପାଇବେ।

ସିଂହ: ଆପଣଙ୍କୁ ଭଲ ଚାକିରି ମିଳିବ। ଧନଚିନ୍ତା ଦୂର ହୋଇଯିବ। ପୁରୁଣା ବନ୍ଧୁ ସହିତ ଫୋନ୍‌ରେ କଥା ହେବେ। ପରିବାରରେ ସୌହାର୍ଦ ବଜାୟ ରହିବ। ପ୍ରେମୀ ଯୁଗଳଙ୍କର ସମ୍ବନ୍ଧ ମଧୁରତାପୂର୍ଣ୍ଣ ରହିବ।

କନ୍ୟା: ଘର କାମ ପୂରା କରିବାରେ ପରିବାରର ସହଯୋଗ ପାଇବେ। ବଡ଼ଙ୍କର ପରାମର୍ଶ ଆପଣଙ୍କ ଲାଗି ଲାଭଦାୟକ ରହିବ। ରାଜନୀତି କାର୍ଯ୍ୟରେ ରୁଚି ବଢ଼ିବ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସଚେତନ ରହନ୍ତୁ।

ତୁଳା: ଉପରିସ୍ଥ କର୍ମଚାରୀ ଆପଣଙ୍କ କାମର ପ୍ରଶଂସା କରିବେ। ବେପାରରେ ଲାଭ ହେବ। ଏକାନ୍ନବର୍ତ୍ତୀ ପରିବାରର ଲୋକଙ୍କ ମଧ୍ୟରେ ପ୍ରୀତି ବଢ଼ିବ। ଯାନ କିଣିବା ଲାଗି ମନ ବନାଇବେ।

ବିଛା: ପୂଜାପାଠରେ ସମୟ ବିତିବ। ଡେକୋ‌େରସନ୍‌ ବ୍ୟବସାୟୀଙ୍କ ପାଇଁ ଦିନଟି ଭଲ। ରାଜନୀତି କ୍ଷେତ୍ରରେ ଥିବା ଲୋକଙ୍କ ପାଇଁ ଦିନଟି ସାଧାରଣ ରହିବ। ଆପଣଙ୍କ ପିଲାଠାରୁ ଭଲ ଖବର ପାଇବେ।

ଧନୁ: ଓକିଲଙ୍କ ଲାଗି ଦିନଟି ଭଲ ରହିବ। କୌଣସି ମକଦ୍ଦମାରେ ଜୟ ଲାଭ କରିବେ। ଘର ଲୋକ ଆପଣଙ୍କର କୌଣସି କାମରେ ଖୁସି ହେବେ। ଦାମ୍ପତ୍ୟ ଜୀବନ ମଧୁରତାପୂର୍ଣ୍ଣ ରହିବ।

ମକର: ଅଧୁରା ଥିବା କାମ ପୂରା କରିପାରିବେ। ଚାକିରିରେ ଉନ୍ନତି ଯୋଗ ଅଛି। ବନ୍ଧୁର ଜନ୍ମଦିନ ସମାରୋହକୁ ଯାଇପାରନ୍ତି। ପାରିବାରିକ ଜୀବନ ସୁଖକର ହେବ। ଘର ପାଇଁ ବିଜୁଳି ଉପକରଣ କିଣି ପାରନ୍ତି।

କୁମ୍ଭ: ଯେଉଁ ମହିଳାମାନେ ବ୍ୟବସାୟ କରୁଛନ୍ତି ସେମାନଙ୍କ ପାଇଁ ଦିନଟି ଭଲ ରହିବ। ଅଫିସ୍‌ରେ ଆପଣଙ୍କ ପ୍ରଦର୍ଶନ ସମସ୍ତଙ୍କୁ ପସନ୍ଦ ହେବ। ଯାନ କିଣିବା ପାଇଁ ପରିବାରର ପୂରା ସହଯୋଗ ପାଇବେ।

ମୀନ: ବାପା ମାଆଙ୍କ ସହିତ ଧର୍ମାନୁଷ୍ଠାନକୁ ଯିବେ। ବ୍ୟବସାୟଙ୍କୁ ବଡ଼ ଅର୍ଡର ମିଳିବ। ବୈବାହିକ ଜୀବନରେ ଖୁସି ଆସିବ। ଛାତ୍ରଙ୍କୁ କିଛି ଶିଖାଇବା ପାଇଁ ଦିନଟି ଭଲ। ପ୍ରେମୀ ଯୁଗଳ ବାହାରକୁ ବୁଲି ଯିବେ।

ସମ୍ବନ୍ଧିତ ଖବର