publive-imageମେଷ: ଆପଣ ଯେଉଁ ସବୁ ଯୋଜନା ପ୍ରସ୍ତୁତ କରିଛନ୍ତି ତାହା ସଫଳ ହେବାରେ ସମୟ ଲାଗିବ। ବନ୍ଧୁର ସାହାଯ୍ୟ ନେବାକୁ ପଡ଼ିପାରେ। ଗୃହିଣୀମାନେ ଘରେ କୌଣସି ନୂଆ ବ୍ୟଞନ ତିଆରି କରିବେ।

Advertisment

publive-imageବୃଷ: କୌଣସି କ‌ାମ ତରବରିଆରେ ନକରି ଧୈର୍ଯ୍ୟ ଓ ସଂଯମରେ କରନ୍ତୁ। କୋର୍ଟ କଚେରି ମାମଲାର ଫଇସଲା ଆପଣଙ୍କ ଆଶାର ବିପରୀତ ଆସିପାରେ। ଇଂଜିନିୟର ଛାତ୍ରଙ୍କ ଲାଗି ଭଲ ଦିନଟିଏ।

publive-imageମିଥୁନ: ଆପଣଙ୍କର ସବୁ ଇଚ୍ଛା ପୂରା ହେବ। ଅଫିସରେ କର୍ତ୍ତୃପକ୍ଷଙ୍କ ଠାରୁ ପ୍ରଶଂସା ପାଇବେ। ଆର୍ଥିକ ସ୍ଥିତିରେ ସୁଧାର ହେବ। ସମ୍ବନ୍ଧରେ ସୁଧାର ଆସିବ। ଯାନ ସାବଧାନତାର ସହ ଚଳାନ୍ତୁ।

publive-image

କର୍କଟ: ଆପଣଙ୍କ ପାଖକୁ ଯେଉଁ ଦାୟିତ୍ବ ଆସିବ ତାକୁ ସହଜରେ ପୂରା କରିପାରିବେ। ଚାକିରିଜୀବୀଙ୍କ ଲାଗି ଦିନଟି ଭଲ ରହିବ। ଲେଖାପଢ଼ାରେ ଆପଣଙ୍କର ଏକାଗ୍ରତା ବଢ଼ିବ।

publive-imageସିଂହ: ଜମିରେ ନିବେଶ ଲାଗି ଭଲ ଦିନଟିଏ। ଭୁଲ୍ ରାସ୍ତାରେ ନେଇଯିବା ଲୋକଙ୍କ ପ୍ରତି ସାବଧାନ ରୁହନ୍ତୁ। ଜୀବନସାଥୀଠାରୁ କୌଣସି ଭଲ ଖବର ପାଇବେ। ଛୋଟ ଭଉଣୀର ଲେଖାପଢ଼ାରେ ସାହାଯ୍ୟ କରିବେ।

publive-imageକନ୍ୟା: ସମ୍ବନ୍ଧରେ ଲାଗି ରହିଥିବା ମତଭେଦ ଦୂର ହେବ। ପ୍ରତ୍ୟେକ ବ୍ୟକ୍ତି ଆପଣଙ୍କ କଥାରେ ପ୍ରଭାବିତ ହେବେ। ଭରସାଯୋଗ୍ୟ ବନ୍ଧୁର ପରାମର୍ଶ କାମରେ ଆସିବ। ଚାକିରିଜୀବୀଙ୍କର ଆୟରେ ବୃଦ୍ଧି ହେବ।

publive-imageତୁଳା: ବ୍ୟକ୍ତିତ୍ବକୁ ବିକଶିତ କରିବା ଲାଗି ଭଲ ଦିନଟିଏ। ଅଫିସରେ ଦୀର୍ଘ ଦିନର ଅଧୁରା କାମ ସଂପୂର୍ଣ୍ଣ କରିପାରିବେ। ପରିବାରରେ ଆପଣଙ୍କୁ କୌଣସି ନୂଆ ଦାୟିତ୍ବ ମିଳିବ। ଭୂସଂପତ୍ତି କିଣିବା ଯୋଗ ଅଛି।

publive-imageବିଛା: ଗଣମାଧ୍ୟମ କ୍ଷେତ୍ରରେ ଥିବା ଲୋକଙ୍କ କାମର ପ୍ରଶଂସା ହେବ। ବିଶିଷ୍ଟ ବ୍ୟକ୍ତିଙ୍କ ସାହାଯ୍ୟ ପାଇବେ। ପରିବାରରେ ସମସ୍ତଙ୍କର ଇଚ୍ଛା ପୂରା କରିବାରେ ସଫଳ ହେବେ। ଛାତ୍ରୀଙ୍କ ଲାଗି ଦିନଟି ଭଲ ରହିବ।

publive-image
ଧନୁ: ପୂର୍ବରୁ ପ୍ରସ୍ତୁତ କରିଥିବା ଯୋଜନା କ୍ରୟାନ୍ବିତ କରିବେ। ଧନ ସମ୍ବନ୍ଧୀୟ ଚିନ୍ତାର ସମାଧାନ ବାହାରିବ। କୌଣସି ସମାଜସେବା ସଂସ୍ଥା ସହ ଯୋଡ଼ିବାର ଅବସର ପାଇବେ।

publive-image

ମକର: ଅଫିସରେ କୌଣସି ବଡ଼ ଦାୟିତ୍ବ ଆପଣଙ୍କ କାନ୍ଧକୁ ଆସିପାରେ। ସରକାରୀ କାମରେ କୌଣସି ଲୋକଙ୍କର ସାହାଯ୍ୟ ପାଇବେ। ଛାତ୍ରଛାତ୍ରୀ ଲେଖାପଢ଼ାରେ ଅଧିକ ସମୟ ଦିଅନ୍ତୁ।

publive-image

କୁମ୍ଭ: ଜୀବନସାଥୀ ଓ ପିଲାମାନଙ୍କ ଠାରୁ ବହୁତ ଖୁସି ପାଇବେ। ଆପଣଙ୍କର ସଚ୍ଚୋଟତା ଚାରିଆଡ଼େ ପ୍ରଶଂସା ହେବ। ‌ବ୍ୟବସାୟ କାମରେ ଦୂରସ୍ଥାନକୁ ଯିବେ। ଭାବିଚିନ୍ତି ଖର୍ଚ୍ଚ କରନ୍ତୁ।

publive-image

ମୀନ: ଫିଲ୍ମ କ୍ଷେତ୍ରରେ ସଂଘର୍ଷ କରୁଥିବା ନିର୍ଦେଶକ ଓ କଳାକାରଙ୍କୁ ବଡ଼ ସୁଯୋଗ ମିଳିବ। ଆତ୍ମବିଶ୍ବାସ ପୂର୍ବ ଅପେକ୍ଷା ମଜଭୁତ ହେବ। ରାଜନୀତିରେ ଆର୍ଥିକ ଲାଭ ହେବ। ଘରେ ସୁଖ ଶାନ୍ତି ବଜାୟ ରହିବ।