ଶୀତ ଋତୁରେ ଲୁଣ କମ୍ ଖାଇବା ଉପରେ ଗୁରୁତ୍ୱ ଦିଆଯିବା ଉଚିତ ବୋଲି କହିଛନ୍ତି ଚିକିତ୍ସିକ । କାରଣ ଶୀତ ଋତୁରେ ଶରୀରରୁ କମ୍ ପରିମାଣରେ ଝାଳ ନିଷ୍କାସିତ ହୋଇଥାଏ । ଏହା ଫଳରେ ରକ୍ତଚାପର ସମସ୍ୟା ଅଧିକ ଜଟିଳ ହୋଇଥାଏ । ଉଚ୍ଚ ରକ୍ତଚାପରେ ପୀଡ଼ିତ ବ୍ୟକ୍ତିମାନେ ଏଥିପାଇଁ ଲୁଣର ପ୍ରୟୋଗ କମ୍ କରିବା ଆବଶ୍ୟକ ଯେ ରକ୍ତଚାପ ଯୋଗୁଁ ବ୍ରେନ୍ ଷ୍ଟ୍ରୋକ୍ର ଆଶଙ୍କା ବଢିଯାଇଥାଏ ।
/sambad/media/post_attachments/wp-content/uploads/2018/12/liquor_logo-cheddarpress.files_.wordpress.com_.jpg)
ଠିକ୍ ସେହିପରି ଯେଉଁମାନେ ମଧୁମେହ ଓ ଉଚ୍ଚ ରକ୍ତଚାପ ଜନିତ ରୋଗରେ ପୀଡ଼ିତ, ସେମାନେ ଏହି ଋତୁରେ ମଦ୍ୟପାନରୁ ନିବୃତ୍ତ ରହିବା ଉଚିତ ବୋଲି କୁହାଯାଏ । ଅତ୍ୟଧିକ ଥଣ୍ଡା ହେଲେ ମଧୁମେହ, ହୃଦ୍ରୋଗ ଓ ରକ୍ତଚାପ ରୋଗର ଶିକାର ହୋଇଥିବା ରୋଗୀମାନଙ୍କର ସମସ୍ୟା ଅଧିକ ବଢ଼ିଥାଏ । କାରଣ ଏହି ସମୟରେ ରକ୍ତ ଗାଢା ହୋଇଥାଏ । ଫଳତଃ ଶରୀରରେ ରକ୍ତ ଧମନିରେ ଜୋରରେ ଗତି କରିପାରେ ନାହିଁ । ଏଣୁ ଶୀତଦିନେ ମଦ୍ୟପାନ ସଂପୂର୍ଣ୍ଣ ତ୍ୟାଗ କରିବା ଉଚିତ ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2018/12/salt-4.jpg)