ଭୁବନେଶ୍ୱର: ଘାଟିକିଆ ଅଞ୍ଚଳର ଶରଧାପଲ୍ଲୀ ଓ ଚାଳସାହି ବସ୍ତିରେ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ନିମନ୍ତେ ଭୂମି ପୂଜନ କରାଯାଇଛି। ଅମୃତ ଯୋଜନାରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି। ଭୂମି ପୂଜନ କାର୍ଯ୍ୟକ୍ରମରେ ସଂସ୍କୃତି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶିଳାନ୍ୟାସ କରିଥିଲେ। ପ୍ରକଳ୍ପ କାର୍ଯ୍ୟ ନିର୍ଦ୍ଧରିତ ସମୟସୀମା ମଧ୍ୟରେ ଶେଷ ହେବ ବୋଲି ଶ୍ରୀ ପଣ୍ଡା କହିଥିଲେ। କାର୍ଯ୍ୟକ୍ରମରେ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ, ମେୟର ଅନନ୍ତ ନାରାୟଣ ଜେନା, ଡେପୁଟି ମେୟର କେ ଶାନ୍ତି, ସ୍ଥାନୀୟ କର୍ପୋରେଟର୍‌ ଦିଲ୍ଲୀପ ମାଝୀ ଓ ଅଶ୍ୱିନୀ ସୁନ୍ଦରାୟ ପ୍ରମୁଖ ଉପସ୍ଥିତ ଥିଲେ।