ରାଜଧାନୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଏଯାବତ ୯୮୩୫୨ରେ ପହଞ୍ଚିଛି

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରୁ ୨୮୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୩୪ଜଣ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି।

 

ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନରୁ ୬୪ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୨୨ଜଣ ରହିଛନ୍ତି। ତେବେ ନୂଆ ଆକ୍ରାନ୍ତଙ୍କୁ ମିଶାଇଲେ ରାଜଧାନୀରେ ଏଯାବତ ୯୮୩୫୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଏଯାବତ ୨୦୧୫ଟି ସକ୍ରିୟ ମାମଲା ଥିବା ବେଳେ ୯୫୫୪୦ଜଣ କରୋନାରେ ଆକ୍ରାନ୍ତ ହୋଇ ସୁସ୍ଥ ହୋଇଛନ୍ତି। ଦୁଃଖର ବିଷୟରେ କରୋନା ମହାମାରୀ ଏଯାବତ ରାଜଧାନୀରୁ ୭୭୬ଜଣଙ୍କ ମୁଣ୍ଡ ନେଇଛି।

ସମ୍ବନ୍ଧିତ ଖବର