କରୋନା: ଭୁବନେଶ୍ୱରରୁ ଆଜି ସୁସ୍ଥ ହେଲେ ୧୦୬ ଜଣ ଆକ୍ରାନ୍ତ, ସୁସ୍ଥଙ୍କ ସଂଖ୍ୟା ହେଲା ୨୨୫୭

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଆଜି ମୋଟ ୧୦୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏଥି ସହିତ ଭୁବନେଶ୍ୱର ମହାନଗର ନିଗମ ଅଂଚଳରେ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ ହଜାର ୨୫୭ରେ ପହଂଚିଛି।

ଭୁବନେଶ୍ୱରରୁ ଆଜି ୧୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ୫୨ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୪୯ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମଣ।

ଏପର୍ଯ୍ୟନ୍ତ ଭୁବନେଶ୍ୱରରୁ ୩୫୭୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରୁ ୨୨୫୭ ଜଣ ସୁସ୍ଥ ହୋଇଥିବା ବେଳେ ୧୨୯୬ ଜଣ ସକ୍ରିୟ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି। କିନ୍ତୁ ୧୮ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ସମ୍ବନ୍ଧିତ ଖବର