ଭୁବନେଶ୍ୱରରୁ ଆଜି ୧୧୦ କରୋନା ପଜିଟିଭ୍‌ ଚିହ୍ନଟ, ସୁସ୍ଥ ହେଲେ ୨୧୯ ଜଣ ଆକ୍ରାନ୍ତ

ଭୁବନେଶ୍ୱରରୁ ଆଜି ୧୧୦ କରୋନା ପଜିଟିଭ୍‌ ଚିହ୍ନଟ, ସୁସ୍ଥ ହେଲେ ୨୧୯ ଜଣ ଆକ୍ରାନ୍ତ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଆଜି ମୋଟ୍‌ ୧୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ୩୩ ଜଣ ସଂଗରୋଧ ଓ ୭୭ ଜଣ ସ୍ଥାନୀୟ ଅଂଚଳରୁ ଅଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଭୁବନେଶ୍ୱରରୁ ଆଜି ୨୧୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସୂଚନା ଅନୁସାରେ ଭୁବନେଶ୍ୱରରୁ ଆଜି ପର୍ଯ୍ୟନ୍ତ ୨୮ ହଜାର ୮୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରୁ ୨୬ ହଜାର ୮୨୬ ଜଣ ସୁସ୍ଥ ହୋଇସାରିଛନ୍ତି। ଏବେ ୧ ହଜାର ୮୮୫ ଜଣ ଆକ୍ରାନ୍ତ ସକ୍ରିୟ ଥିବା ବେଳେ ୧୬୦ଜଣଙ୍କର ମୃତ୍ୟୁ ହୋଇଛି।

publive-image

ସଂଗରୋଧରୁ ଚିହ୍ନଟ କରୋନା ପଜିଟିଭ ବ୍ୟକ୍ତିମାନେ ପୂର୍ବରୁ ଆକ୍ରାନ୍ତ ହୋଇଥିବା ରୋଗୀଙ୍କ ସଂସ୍ପର୍ଶରେ ଆସିଥିଲେ। ଚନ୍ଦ୍ରଶେଖରପୁର, ପୁରୁଣା ଭୁବନେଶ୍ୱରରୁ ୫-୫ ଜଣ, ବଡ଼ଗଡ଼, ନୟାପଲ୍ଲୀରୁ ୩ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

publive-image

ସ୍ଥାନୀୟ ସଂକ୍ରମଣ ଯୋଗୁଁ ଆଜି ପଟିଆ ଓ ବଡ଼ଗଡ଼ରୁ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଶୈଳଶ୍ରୀ ବିହାର, ମଂଚେଶ୍ୱର, ବମିଖାଲ, ସହିଦନଗରରୁ ୪ ଜଣ ଲେଖାଏଁ, ୟୁନିଟ-୩, ସାମନ୍ତରାପରୁରରୁ ୩-୩ ଜଣ, କାନନ ବିହାର, ଜୟଦେବ ବିହାର, ଡୁମଡୁମା, ପାତ୍ରପଡ଼ା, ଚନ୍ଦ୍ରଶେଖରପୁର, ବାଣିବିହାର, ଡମଣାରୁ ୨ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe