ଶ୍ରୀ ଶ୍ରୀ ଠାକୁର ଅନୁକୂଳ ଚନ୍ଦ୍ରଙ୍କର ୧୩୫ତମ ଆବିର୍ଭାବ ଦିବସ

ଭୁବନେଶ୍ବର: ପବିତ୍ର ଭାଦ୍ର ପରିକ୍ରମା ଅବସରରେ ଶ୍ରୀ ଶ୍ରୀ ଠାକୁର ଅନୁକୂଳ ଚନ୍ଦ୍ରଙ୍କର ୧୩୫ତମ ଆବିର୍ଭାବ ଦିବସ ଜୟଦେବ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପୂର୍ବାହ୍ନରେ ଛାତ୍ରଛାତ୍ରୀଙ୍କୁ ନେଇ ଏକ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏହାପରେ ସତ୍‌ସଙ୍ଗୀ କଳାକାର ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା।

ଏଥିରେ ମୁଖ୍ୟ ଅତିଥି ଭାବେ ମନ୍ତ୍ରୀ ଶ୍ରୀକାନ୍ତ ସାହୁ, ସମ୍ମାନିତ ଅତିଥି ଭାବେ ଓଟିଡିସି ପୂର୍ବତନ ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ବରିଷ୍ଠ ସାମ୍ବାଦିକ ରାଜାରାମ ଶତପଥୀ, ନୃତ୍ୟଗୁରୁ ଶାଶ୍ବତ ଯୋଶୀ ପ୍ରମୁଖ ଯୋଗ ଦେଇଥିଲେ। ନୃସିଂହ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସାଧାରଣସଭାରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର, ମୁଖ୍ୟବକ୍ତା ହରପ୍ରସାଦ ସାହୁ, ସମ୍ମାନିତ ଅତିଥି ଭାବେ ଦେବୀପ୍ରସାଦ ମିଶ୍ର ଯୋଗ ଦେଇଥିଲେ। ହୃଷୀକେଶ ସେନାପତି ଧନ୍ୟବାଦ ଦେଇଥିଲେ। ହରିହର ପଣ୍ଡା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।

ସମ୍ବନ୍ଧିତ ଖବର