ଭୁବନେଶ୍ୱରରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୦କୁ ବୃଦ୍ଧି, ଆଜି ୧୮୨ ଜଣ ଆକ୍ରାନ୍ତ ଚିହ୍ନଟ

Advertisment

ରାଜଧାନୀ ଭୁବନେଶ୍ୱରରୁ ଆଜି ସୁସ୍ଥ ହେଲେ ୨୭୬ ଜଣ ଆକ୍ରାନ୍ତ

ରାଜଧାନୀ ଭୁବନେଶ୍ୱରରୁ ଆଜି ସୁସ୍ଥ ହେଲେ ୨୭୬ ଜଣ ଆକ୍ରାନ୍ତ

ଭୁବନେଶ୍ୱରରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୦କୁ ବୃଦ୍ଧି, ଆଜି ୧୮୨ ଜଣ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଆଜି ମୋଟ୍‌ ୧୮୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ୪୪ ଜଣ ସଂଗରୋଧ ଓ ୧୩୮ଜଣ ସ୍ଥାନୀୟ ଅଂଚଳରୁ ଅଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଭୁବନେଶ୍ୱରରୁ ଆଜି ୨୭୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସୂଚନା ଅନୁସାରେ ଭୁବନେଶ୍ୱରରୁ ଆଜି ପର୍ଯ୍ୟନ୍ତ ୨୮ ହଜାର ୪୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରୁ ୨୫ ହଜାର ୮୯୫ ଜଣ ସୁସ୍ଥ ହୋଇସାରିଛନ୍ତି। ଏବେ ୨ ହଜାର ୪୧୫ ଜଣ ଆକ୍ରାନ୍ତ ସକ୍ରିୟ ଥିବା ବେଳେ ୧୫୦ ଜଣଙ୍କର ମୃତ୍ୟୁ ହୋଇଛି।

publive-image

ସଂଗରୋଧରୁ ଚିହ୍ନଟ କରୋନା ପଜିଟିଭ ବ୍ୟକ୍ତିମାନେ ପୂର୍ବରୁ ଆକ୍ରାନ୍ତ ହୋଇଥିବା ରୋଗୀଙ୍କ ସଂସ୍ପର୍ଶରେ ଆସିଥିଲେ। ୟୁନିଟ-୧ ଓ ପଟିଆରୁ ୪-୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିଭଳି ପୁରୁଣା ଭୁବନେଶ୍ୱର ଓ ଗଜପତି ନଗରରୁ ୩-୩ ଜଣ, ବିଜେବି ନଗର, ଘାଟିକିଆ, ଶୈଳଶ୍ରୀ ବିହାର, ଟଙ୍କାପାଣି ରୋଡ, ୟୁନିଟ-୮ରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

publive-image

ସ୍ଥାନୀୟ ସଂକ୍ରମଣ ଯୋଗୁଁ ଆଜି ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ନୟାପଲ୍ଲୀରୁ ୧୧ ଜଣ, ପଟିଆରୁ ୯ ଜଣ, ୟୁନିଟ-୮, ପାତ୍ରପଡ଼ା, ନିଳାଦ୍ରୀ ବିହାରରୁ ୭-୭ ଜଣ, ଡୁମଡୁମା, ଝାରପଡ଼ାରୁ ୬ ଜଣ ଲେଖାଏଁ, ଆଚାର୍ଯ୍ୟ ବିହାର, ଚନ୍ଦ୍ରଶେଖରପୁର, ଟଙ୍କାପାଣି ରୋଡ, ଜୟଦେବ ବିହାରରୁ ୪ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe