ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଆଜି ୧୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୦୪ ଆକ୍ରାନ୍ତ କ୍ୱାରେଣ୍ଟାଇନରୁ ହୋଇଥିବା ବେଳେ ୫୯ ଜଣ ଲୋକାଲ କେସ । ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏହି ସୂଚନା ଦିଆଯାଇଛି । ବିଏମସି ପକ୍ଷରୁ କୁହାଯାଇଛି ଯେ, ଆଜି ଭୁବନେଶ୍ୱରରୁ ୪୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
Sambad is now on WhatsApp
Join and get latest news updates delivered to you via WhatsApp
ସୂଚନାଯୋଗ୍ୟ, ଭୁବନେଶ୍ୱରରୁ ଏପର୍ଯ୍ୟନ୍ତ ମୋଟ ୧୯୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୦୯ ଜଣ ସୁସ୍ଥ ହୋଇସାରିଛନ୍ତି । ଏବେ ୧୦୬୯ ଜଣ ଚକିତ୍ସାଧୀନ ଥିବା ବେଳେ ୧୧ ଜଣଙ୍କର ମୃତ୍ୟୁ ହୋଇସାରିଛି ।
ନୟାପଲ୍ଲୀ ତ୍ରିନାଥ ନଗର ବସ୍ତିରୁ ଆଜି ୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପାଣ୍ଡରାରୁ ୧୧ ଜଣ ଆକ୍ରାନ୍ତ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୟୁନିଟ-୩ସ୍ଥିତ ଖାରବେଳ ନଗରରୁ ଆଜି ୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିଭଳି ୟୁନିଟ-୪ସ୍ଥିତ ମାଛମାର୍କେଟ ୭ ଜଣ, ୟୁନିଟ-୧ ଅଖଣ୍ଡଳମଣି ବସ୍ତିରୁ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।