ଭୁବନେଶ୍ବରରୁ ଆଜି ୧୭୧ କରୋନା ପଜିଟିଭ୍ ଚିହ୍ନଟ‌, ସୁସ୍ଥ ହେଲେ ୫୩ ଜଣ

ଭୁବନେଶ୍ବର: କରୋନା ଭାଇରସ୍‌ ମହାମାରୀ ରାଜଧାନୀ ଭୁବନେଶ୍ବରରେ ମଧ୍ୟ ବଢ଼ି ଚାଲିଛି। ଆଜି ପୁଣି ୧୭୧ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଂଗରୋଧରୁ ୪୫ ଜଣ ଓ ସ୍ଥାନୀୟ ସଂକ୍ରମଣ ଯୋଗୁଁ ୧୨୬ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥି ସହିତ ଭୁବନେଶ୍ବରରେ କରୋନା ସଂକ୍ରମିତ ଲୋକଙ୍କ ସଂଖ୍ୟା ୩୩ ହଜାର ୩୬୪ରେ ପହଂଚିଛି। ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ୍‌ କରି ଏହି ସୂଚନା ଦିଆଯାଇଛି।

ବିଏମ୍‌ସିର ସୂଚନା ଅନୁସାରେ ଆଜି ଭୁବନେଶ୍ବରରେ ୫୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥି ସହିତ କରୋନା ଆକ୍ରାନ୍ତରୁ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା ୩୨ ହଜାର ୨୧୦ରେ ପହଂଚିଛି। ଏଯାଏଁ ୨୫୦ ଜଣ ଲୋକଙ୍କର ମୃତ୍ୟୁ ହୋଇଛନ୍ତି। ଏବେ ୮୮୩ ଜଣ ସକ୍ରିୟ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି।

ଖଣ୍ଡଗିରି ଅଂଚଳରୁ ଆଜି ସର୍ବାଧିକ ୧୬ ଜଣ, ଡେଲଟା ଛକ ଅଂଚଳରୁ ୧୧ ଜଣ, ବିଜେପି ନଗରରୁ ୮ ଜଣ, ପୁରୁଣା ଭୁବନେଶ୍ବରରୁ ୭ଜଣ, ଟଙ୍କପାଣିରୋଡ, ପଟିଆରୁ ୬ ଜଣ ଲେଖାଏଁ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।

ସମ୍ବନ୍ଧିତ ଖବର