ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଆଜି ମୋଟ୍ ୧୮୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ୪୭ ଜଣ ସଂଗରୋଧ ଓ ୧୪୨ ଜଣ ସ୍ଥାନୀୟ ଅଂଚଳରୁ ଅଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଭୁବନେଶ୍ୱରରୁ ଆଜି ୨୬୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ସୂଚନା ଅନୁସାରେ ଭୁବନେଶ୍ୱରରୁ ଆଜି ପର୍ଯ୍ୟନ୍ତ ୨୮ ହଜାର ୨୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରୁ ୨୫ ହଜାର ୬୧୯ ଜଣ ସୁସ୍ଥ ହୋଇସାରିଛନ୍ତି। ଏବେ ୨ ହଜାର ୫୧୧ ଜଣ ଆକ୍ରାନ୍ତ ସକ୍ରିୟ ଥିବା ବେଳେ ୧୪୮ ଜଣଙ୍କର ମୃତ୍ୟୁ ହୋଇଛି।
/sambad/media/post_attachments/wp-content/uploads/2020/10/ElAgvByUwAEw2lb-844x1024.jpg)
ସଂଗରୋଧରୁ ଚିହ୍ନଟ କରୋନା ପଜିଟିଭ ବ୍ୟକ୍ତିମାନେ ପୂର୍ବରୁ ଆକ୍ରାନ୍ତ ହୋଇଥିବା ରୋଗୀଙ୍କ ସଂସ୍ପର୍ଶରେ ଆସିଥିଲେ। ନୟାପଲ୍ଲୀ, ଚକେଇସିହାଣୀରୁ ୩- ଜଣ, ଖଣ୍ଡିଗିରି, ଶୈଳଶ୍ରୀ ବିହାର, ପୁରୁଣା ଭୁବନେଶ୍ୱର, ୟୁନିଟ-୬ରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
/sambad/media/post_attachments/wp-content/uploads/2020/10/ElAgvByVkAErR6p-694x1024.jpg)
ସ୍ଥାନୀୟ ସଂକ୍ରମଣ ଯୋଗୁଁ ଆଜି ଆଇଆରସି ଭିଲେଜରୁ ୧୧ ଜଣ, ଖଣ୍ଡଗିରି, ବମିଖାଲରୁ ୯-୯ ଜଣ, ନୟାପଲ୍ଲୀ, ପୁରୁଣା ଭୁବନେଶ୍ୱର, ବରମୁଣ୍ଡାରୁ ୬ ଜଣ ଲେଖାଏଁ, ସହିଦ ନଗରରୁ ୫ ଜଣ, ଶୈଳଶ୍ରୀ ବିହାର, ପଟିଆ, ସତ୍ୟନଗର, ଆଚାର୍ଯ୍ୟ ବିହାରରୁ ୪-୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/10/bbsr-15.jpg)