ଭୁବନେଶ୍ବର: ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ବହୁ ଦିନର ଦାବି ପୂରଣ ହୋଇଛି। କ୍ୟାମ୍ପସର ଭିତ୍ତିଭୂମି ବିକାଶ ପାଇଁ ଆଜି ମୂଳଦୂଆ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟର ପ୍ରମୁଖ ମହାବିଦ୍ୟାଳୟ ଭାବେ ପରିଚିତ ଏହି ଶିକ୍ଷାନୁଷ୍ଠାର ଛାତ୍ରଛାତ୍ରୀଙ୍କ ପାଇଁ ଏକାଧିକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ସହ ନୂଆ କ୍ୟାଣ୍ଟିନ୍ର ଶୁଭ ଉଦ୍ଘାଟନ କରିଛନ୍ତି। ପୂର୍ବାହ୍ନରେ ମହାବିଦ୍ୟାଳୟ କ୍ୟାମ୍ପସରେ ୬୦୦ ଶଯ୍ୟା ବିଶିଷ୍ଟ ଛାତ୍ରାବାସ, ୫୮୫ ଶଯ୍ୟା ବିଶିଷ୍ଟ ଛାତ୍ରୀନିବାସ ଓ କଲେଜର ମୁଖ୍ୟ ପ୍ରବେଶ ପଥ ନବୀକରଣ ଲାଗି ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହାଦ୍ବାରା ଛାତ୍ରଛାତ୍ରୀ ଉପକୃତ ହେବା ସହ ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟ ଆଉ ପାଦେ ଆଗକୁ ବଢ଼ିବ ବୋଲି ଉଦ୍ଘାଟନ ପରେ ଅତିଥିମାନେ କହିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସମେତ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ, ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଉପସ୍ଥିତ ଥିଲେ। ଏହି ଅବସରରେ କ୍ୟାମ୍ପସରେ ଥିବା ମହାତ୍ମା ଗାନ୍ଧୀ ଓ ବକ୍ସି ଜଗବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମୁଖ୍ୟମନ୍ତ୍ରୀ ମାଲ୍ୟାର୍ପଣ କରିଥିଲେ।
ବିଜେବି କଲେଜ ପାଇଁ ଦୁଇଟି ନୂଆ ହଷ୍ଟେଲ, ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
/sambad/media/post_attachments/wp-content/uploads/2020/01/5f4h8fh465fh74f98dh74f65sh4sf65h465sfh4s6f5hsfhsfffffffffffff.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)