ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଆଜି ମୋଟ୍ ୨୦୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ୬୪ ଜଣ ସଂଗରୋଧ ଓ ୧୫୭ ଜଣ ସ୍ଥାନୀୟ ଅଂଚଳରୁ ଅଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଭୁବନେଶ୍ୱରରୁ ଆଜି ୨୯୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ସୂଚନା ଅନୁସାରେ ଭୁବନେଶ୍ୱରରୁ ଆଜି ପର୍ଯ୍ୟନ୍ତ ୨୮ ହଜାର ୧୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରୁ ୨୫ ହଜାର ୩୫୨ ଜଣ ସୁସ୍ଥ ହୋଇସାରିଛନ୍ତି। ଏବେ ୨ ହଜାର ୫୯୧ ଜଣ ଆକ୍ରାନ୍ତ ସକ୍ରିୟ ଥିବା ବେଳେ ୧୪୬ ଜଣଙ୍କର ମୃତ୍ୟୁ ହୋଇଛି।
/sambad/media/post_attachments/wp-content/uploads/2020/10/bbs-2-844x1024.jpg)
ସଂଗରୋଧରୁ ଚିହ୍ନଟ କରୋନା ପଜିଟିଭ ବ୍ୟକ୍ତିମାନେ ପୂର୍ବରୁ ଆକ୍ରାନ୍ତ ହୋଇଥିବା ରୋଗୀଙ୍କ ସଂସ୍ପର୍ଶରେ ଆସିଥିଲେ। ବଡ଼ଗଡ଼ରୁ ୪ ଜଣ, ରସୁଲଗଡ଼, ୟୁନିଟ-୮, ଖଣ୍ଡଗିରି, ମଂଚେଶ୍ୱର, କଳିଙ୍ଗନଗର, ଜୟଦେବ ବିହାର, ଗ୍ୟାରେଜ ଛକ, ଚନ୍ଦ୍ରଶେଖରପୁରରୁ ୩-୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
/sambad/media/post_attachments/wp-content/uploads/2020/10/bbs1-2-693x1024.jpg)
ସ୍ଥାନୀୟ ସଂକ୍ରମଣ ଯୋଗୁଁ ଆଜି ବଡ଼ଗଡ଼ରୁ ୧୦ ଜଣ, ପଟିଆରୁ ୮ ଜଣ, ରସୁଲଗଡ଼, ସହିଦନଗରରୁ ୬-୬ ଜଣ, ଭରତପୁର ଓ ଚନ୍ଦ୍ରଶେଖରପୁରରୁ ୪ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/10/bbsr-14.jpg)