ଭୁବନେଶ୍ବରରୁ ୨୦୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୧୮୬ଜଣ

ଭୁବନେଶ୍ବର: ରାଜ୍ୟ ରାଜଧାନୀରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୮୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି।

 

ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନରୁ ୫୭ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୪୯ଜଣ ରହିଛନ୍ତି। ଏଯାବତ ରାଜଧାନୀରୁ ୧୦୨୨୬୭ଜଣ ଚିହ୍ନଟ ହୋଇଥିବା ବେଳେ ୯୮୪୯୧ଜଣ କରୋନାରେ ସଂକ୍ରମିତ ହୋଇ ଭଲ ହୋଇଥିବା ଭୁବନେଶ୍ବର ମହାନଗର ନିଗମ  ସୂଚନା ଦେଇଛି। ଏବେ ବି ଭୁବନେଶ୍ବରରେ ୨୮୨୧ଜଣ କରୋନା ଆକ୍ରାନ୍ତ ଥିବା ବେଳେ ୯୩୪ଜଣଙ୍କର ଏଥିରେ ମୃତ୍ୟୁ ହୋଇଛି। କରୋନା ସକ୍ରିୟ ମାମଲାକୁ ଦୃଷ୍ଟିରେ ରଖି ଏବେ ବି ଆମକୁ ସତର୍କ ରହିବା ସହିତ  ମାସ୍କକୁ ବାଧ୍ୟତାମୂଳକ ଭାବେ ବ୍ୟବହାର କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

ସମ୍ବନ୍ଧିତ ଖବର