ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଆଜି ମୋଟ୍ ୨୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ୬୮ ଜଣ ସଂଗରୋଧ ଓ ୧୭୫ ଜଣ ସ୍ଥାନୀୟ ଅଂଚଳରୁ ଅଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଭୁବନେଶ୍ୱରରୁ ଆଜି ୩୫୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
/sambad/media/post_attachments/wp-content/uploads/2020/10/bbs-1-844x1024.jpg)
ସୂଚନା ଅନୁସାରେ ଭୁବନେଶ୍ୱରରୁ ଆଜି ପର୍ଯ୍ୟନ୍ତ ୨୬ ହଜାର ୭୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରୁ ୨୩ ହଜାର ୫୨୩ ଜଣ ସୁସ୍ଥ ହୋଇସାରିଛନ୍ତି। ଏବେ ୩ ହଜାର ୧୦୬ ଜଣ ଆକ୍ରାନ୍ତ ସକ୍ରିୟ ଥିବା ବେଳେ ୧୨୯ ଜଣଙ୍କର ମୃତ୍ୟୁ ହୋଇଛି।
/sambad/media/post_attachments/wp-content/uploads/2020/10/bbs1-1-694x1024.jpg)
ସଂଗରୋଧରୁ ଚିହ୍ନଟ କରୋନା ପଜିଟିଭ ବ୍ୟକ୍ତିମାନେ ପୂର୍ବରୁ ଆକ୍ରାନ୍ତ ହୋଇଥିବା ରୋଗୀଙ୍କ ସଂସ୍ପର୍ଶରେ ଆସିଥିଲେ। ଆଜି ନୟାପଲ୍ଲୀରୁ ୧୪ ଜଣ, ସହିଦ ନଗରରୁ ୮ ଜଣ, ପାତ୍ରପୁର, ପଟିଆ, ଚକେଇସିହାଣୀ, ବଡ଼ଗଡ଼, ଖଣ୍ଡଗିରି, କଳିଙ୍ଗ ନଗର, ଜୟଦେବ ବିହାରରୁ ୪ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/10/bbs2-1.jpg)