କଟକ: ଆଜି କଟକ ସହରରୁ ମୋଟ ୨୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୧୩୪ ଜଣ ଓ ସ୍ଥାନୀୟ ଅଚଂଳରୁ ୧୩୦ ଜଣ ଅଛନ୍ତି। କଟକ ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।

Advertisment

publive-image

ସୂଚନାଯୋଗ୍ୟ, କଟକ ସହରରୁ ଏପର୍ଯ୍ୟନ୍ତ ୭୩୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରୁ ୫ ହଜାର ୧୯୬ ଜଣ ସୁସ୍ଥ ହୋଇଥିବା ବେଳେ ୨ ହଜାର ୧୨୯ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି। ମୋଟ ୩୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

publive-image

ଆଜି ସରକାରୀ ସଂଗରୋଧରୁ ୫୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩ ଜଣ କୋଭିଡ ଯୋଦ୍ଧା, ୩୬ ଜଣ ପୁରୁଷ ଓ ୧୫ ଜଣ ମହିଳା ଅଛନ୍ତି। ଗୃହ ସଂଗରୋଧରୁ ୮୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ଜଗତପୁରରୁ ୧୦ ଜଣ, ବିଡ଼ାନାସୀ ଓ ନୟାବଜାରରୁ ୭ ଜଣ ଲେଖାଏଁ ଆକ୍ରାନ୍ତ ଅଛନ୍ତି।