ଭୁବନେଶ୍ୱରରୁ ଆଜି ୨୬୭ କରୋନା ପଜିଟିଭ୍‌ ଚିହ୍ନଟ, ସୁସ୍ଥ ହେଲେ ୩୪୨ ଜଣ ଆକ୍ରାନ୍ତ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଆଜି ମୋଟ୍‌ ୨୬୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ୭୧ ଜଣ ସଂଗରୋଧ ଓ ୧୯୬ ଜଣ ସ୍ଥାନୀୟ ଅଂଚଳରୁ ଅଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଭୁବନେଶ୍ୱରରୁ ଆଜି ୩୪୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସୂଚନା ଅନୁସାରେ ଭୁବନେଶ୍ୱରରୁ ଆଜି ପର୍ଯ୍ୟନ୍ତ ୨୬ ହଜାର ୨୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରୁ ୨୨ ହଜାର ୮୬୭ ଜଣ ସୁସ୍ଥ ହୋଇସାରିଛନ୍ତି। ଏବେ ୩ ହଜାର ୨୭୨ ଜଣ ଆକ୍ରାନ୍ତ ସକ୍ରିୟ ଆକ୍ରାନ୍ତ ଥିବା ବେଳେ ୧୨୩ ଜଣଙ୍କର ମୃତ୍ୟୁ ହୋଇଛି।

ସଂଗରୋଧରୁ ଚିହ୍ନଟ କରୋନା ପଜିଟିଭ ବ୍ୟକ୍ତିମାନେ ପୂର୍ବରୁ ଆକ୍ରାନ୍ତ ହୋଇଥିବା ରୋଗୀଙ୍କ ସଂସ୍ପର୍ଶରେ ଆସିଥିଲେ। ସହିଦନଗରରୁ ୫ ଜଣ, ବିଜେବି ନଗର, ପୁରୁଣା ଭୁବନେଶ୍ୱରରୁ ୪-୪ ଜଣ, ପଳାଶୁଣୀ, ଶ୍ୟାମପୁର, ବରମୁଣ୍ଡା, ଚନ୍ଦ୍ରଶେଖରପୁରରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସ୍ଥାନୀୟ ସଂକ୍ରମଣ ଯୋଗୁଁ ଆଜି ନୟାପଲ୍ଲୀରୁ ୧୯ ଜଣ, ବରମୁଣ୍ଡା ଓ ୟୁନିଟ-୯ରୁ ୧୦ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ପୁରୁଣା ଭୁବନେଶ୍ୱର, ଆଇଆରସି ଭିଲେଜରୁ ୮-୮ ଜଣ, ପଟିଆ, ରସୁଲଗଡ଼ରୁ ୭ ଜଣ ଲେଖାଏଁ, ୟୁନିଟ-୬ ଓ ୟୁନିଟ-୮ରୁ ୬ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ସମ୍ବନ୍ଧିତ ଖବର