ଭୁବନେଶ୍ୱରରୁ ଆଜି ୨୭୫ ଜଣ କରୋନା ପଜିଟିଭ୍‌, ସୁସ୍ଥ ହେଲେ ୧୮୮ ଆକ୍ରାନ୍ତ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଆଜି ୨୭୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୫୯ ଓ ସ୍ଥାନୀୟ ଅଂଚଳରୁ ୨୧୬ ସଂକ୍ରମିତ ଅଛନ୍ତି।  କିନ୍ତୁ ୧୮୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ବିଏମ୍‌ସି ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ରାଜଧାନୀ ଭୁବନେଶ୍ୱରରୁ ଏପର୍ଯ୍ୟନ୍ତ ୧ ଲକ୍ଷ ୫ ହଜାର ୨୭୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରୁ ୧ ଲକ୍ଷ ୮୯୬ ଜଣ ସୁସ୍ଥ ହୋଇଛନ୍ତି। ଏପର୍ଯ୍ୟନ୍ତ ୯୭୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ହଜାର ୩୭୯ ଜଣଙ୍କର ଚିକିତ୍ସା ଜାରି ରହିଛି।

ସମ୍ବନ୍ଧିତ ଖବର