ଭୁବନେଶ୍ୱରରୁ ଆଜି ୩୧୪ କରୋନା ପଜିଟିଭ୍‌ ଚିହ୍ନଟ, ସୁସ୍ଥ ହେଲେ ୩୫୪ ଜଣ ଆକ୍ରାନ୍ତ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଆଜି ମୋଟ୍‌ ୩୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ୮୪ ଜଣ ସଂଗରୋଧ ଓ ୨୩୦ ଜଣ ସ୍ଥାନୀୟ ଅଂଚଳରୁ ଅଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଭୁବନେଶ୍ୱରରୁ ଆଜି ୩୫୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସୂଚନା ଅନୁସାରେ ଭୁବନେଶ୍ୱରରୁ ଆଜି ପର୍ଯ୍ୟନ୍ତ ୨୪ ହଜାର ୨୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରୁ ୨୦ ହଜାର ୫୭୧ ଜଣ ସୁସ୍ଥ ହୋଇସାରିଛନ୍ତି। ଏବେ ୩ ହଜାର ୫୩୧ ଜଣ ଆକ୍ରାନ୍ତ ସକ୍ରିୟ ଆକ୍ରାନ୍ତ ଥିବା ବେଳେ ୧୦୫ ଜଣଙ୍କର ମୃତ୍ୟୁ ହୋଇଛି।

ସଂଗରୋଧରୁ ଚିହ୍ନଟ କରୋନା ପଜିଟିଭ ବ୍ୟକ୍ତିମାନେ ପୂର୍ବରୁ ଆକ୍ରାନ୍ତ ହୋଇଥିବା ରୋଗୀଙ୍କ ସଂସ୍ପର୍ଶରେ ଆସିଥିଲେ। ଶୈଳଶ୍ରୀ ବିହାରସ୍ଥିତ ସଂଗରୋଧରୁ ଆଜି ୧୧ ଜଣ, ପଟିଆରୁ ୮ ଜଣ, ନିଳାଦ୍ରୀ ବିହାରରୁ ୭ ଜଣ, ବଡ଼ଗଡ଼ ଓ ପୋଖରିପୁଟରୁ ୩-୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସ୍ଥାନୀୟ ସଂକ୍ରମଣ ଯୋଗୁଁ ଆଜି ପୁରୁଣା ଭୁବନେଶ୍ୱରରୁ ୧୫ ଜଣ ଓ ଝାରପଡ଼ାରୁ ୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ୟୁନିଟ-୬ରୁ ୧୦ ଜଣ, ବରମୁଣ୍ଡା, ସହିଦନଗର, ରସୁଲଗଡ଼ରୁ ୯ ଜଣ ଲେଖାଏଁ, ଖଣ୍ଡଗିରିରୁ ୮ ଜଣ, ୟୁନିଟ-୯, ଲକ୍ଷ୍ମୀସାଗରରୁ ୭-୭ ଜଣ, ଟଙ୍କପାଣି ରୋଡ, ଚନ୍ଦ୍ରଶେଖରପୁରରୁ ୬-୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ସମ୍ବନ୍ଧିତ ଖବର