ଭୁବନେଶ୍ବରରେ ଆଉ ୩୫୧ କରୋନା ଆକ୍ରାନ୍ତ ଚିହ୍ନଟ, ୨ ମୃତ

ଭୁବନେଶ୍ୱର: ଭୁବନେଶ୍ୱରର ବିଭିନ୍ନ ଅଂଚଳରୁ ଗତ ୨୪ ଘଣ୍ଟାରେ ( ରବିବାର ସକାଳ ୯ଟାରୁ ସୋମବାର ସକାଳ ୯ଟା ସୁଦ୍ଧା)  ମୋଟ୍‌ ୩୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ମଧ୍ୟରୁ ୧୧୩ଟି କ୍ବାରାଣ୍ଟାଇନ ମାମଲା ଥିବାବେଳେ ୨୩୮ଟି ସ୍ଥାନୀୟ ସଂକ୍ରମଣ ମାମଲା ରହିଛି । ସେହିପରି ସମସ୍ତ ୧୧୩ଟି ଯାକ କ୍ବାରାଣ୍ଟାଇନ ମାମଲା ପୂର୍ବର ପଜିଟିଭ ମାମଲା ସହ ସମ୍ପର୍କିତ । ଜଣେ ସଂକ୍ରମିତ ଦିଲ୍ଲୀରୁ ଫେରିଥିଲେ  ବୋଲି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି ।

ଆଜିର ୩୫୧ଟି ନୂଆ ମାମଲାକୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତ ସଂଖ୍ୟା  ୧୬୫୯୧ ଛୁଇଁଛି । ଏହା ମଧ୍ୟରୁ ସକ୍ରିୟ ଆକ୍ରାନ୍ତ ସଂଖ୍ୟା  ୪୬୧୩ ରହିଛି ।  ସେହିପରି ସୋମବାରଦିନ  ଭୁବନେଶ୍ୱରରେ ୪୭୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଦୁଇଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହା ସହିତ ଭୁବନେଶ୍ବରରେ ମୋଟ ସୁସ୍ଥସଂଖ୍ୟା ୧୧୯୦୧ ରେ ପହଞ୍ଚିଥିବାବେଳେ  ମୃତ୍ୟୁସଂଖ୍ୟା  ୬୪ ଛୁଇଁଛି  ବୋଲି ବିଏମସି ପକ୍ଷରୁ ସୂଚନା ଦିଆଯାଇଛି ।

ଗତକାଲି ଭୁବନେଶ୍ବରରେ ୩୯୫ ଟି ନୂଆ ସଂକ୍ରମଣ ମାମଲା ଦେଖାଦେଇଥିଲା ।

ସମ୍ବନ୍ଧିତ ଖବର