ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଆଜି ମୋଟ୍ ୩୫୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ୧୦୮ ଜଣ ସଂଗରୋଧ ଓ ୨୪୬ଜଣ ସ୍ଥାନୀୟ ଅଂଚଳରୁ ଅଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଭୁବନେଶ୍ୱରରୁ ଆଜି ୩୧୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
/sambad/media/post_attachments/wp-content/uploads/2020/10/EjfKPYwVkAEPYcb-844x1024.jpg)
ସୂଚନା ଅନୁସାରେ ଭୁବନେଶ୍ୱରରୁ ଆଜି ପର୍ଯ୍ୟନ୍ତ ୨୩ ହଜାର ୨୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରୁ ୧୯ ହଜାର ୫୭୩ ଜଣ ସୁସ୍ଥ ହୋଇସାରିଛନ୍ତି। ଏବେ ୩ ହଜାର ୫୩୫ ଜଣ ଆକ୍ରାନ୍ତ ସକ୍ରିୟ ଆକ୍ରାନ୍ତ ଥିବା ବେଳେ ୧୦୨ ଜଣଙ୍କର ମୃତ୍ୟୁ ହୋଇଛି।
/sambad/media/post_attachments/wp-content/uploads/2020/10/EjfKTKvVcAA4QS7-693x1024.jpg)
ସଂଗରୋଧରୁ ଚିହ୍ନଟ କରୋନା ପଜିଟିଭ ବ୍ୟକ୍ତିମାନେ ପୂର୍ବରୁ ଆକ୍ରାନ୍ତ ହୋଇଥିବା ରୋଗୀଙ୍କ ସଂସ୍ପର୍ଶରେ ଆସିଥିଲେ। ପଟିଆରୁ ୯ ଜଣ, ଶୈଳଶ୍ରୀ ବିହାରରୁ ୮ ଜଣ, ୟୁନିଟ-୯, ୟୁନିଟ-୨ରୁ ୬-୬ ଜଣ, ଡୁମଡୁମାରୁ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସ୍ଥାନୀୟ ସଂକ୍ରମଣ ଯୋଗୁଁ ଆଜି ପଟିଆରୁ ୧୮ ଜଣ ଓ ଝାରପଡ଼ାରୁ ୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ନୟାପଲ୍ଲୀରୁ ୧୨ ଜଣ, କଳିଙ୍ଗ ନଗରରୁ ୧୧ ଜଣ, ଆଇଆରସି ଭିଲେଜ, ଲକ୍ଷ୍ମୀସାଗରରୁ ୧୦ ଜଣ ଲେଖାଏଁ, ୟୁନିଟ-୬ରୁ ୯ ଜଣ, ଚନ୍ଦ୍ରଶେଖରପୁର, ସହିଦ ନଗରରୁ ୮-୮ ଜଣ, ଡୁମଡୁମା, ଶୈଳଶ୍ରୀ ବିହାରରୁ ୭ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/10/bbsr2.jpg)