ରାଜଧାନୀରୁ ଚିହ୍ନଟ ହେଲେ ୩୮୯ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜଧାନୀରୁ ୩୮୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଭୁବନେଶ୍ବର ମହାନଗର ନିମଗ ଟୁଇଟ କରି ସୂଚନା ଦେଇଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୯ଜଣ କ୍ବାରେଣ୍ଟାଇନରୁ ଥିବା ବେଳେ ୩୨୦ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି।

 

ସେହିପରି ଆଜି ୩୫୮ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ତେବେ ନୂଆ ସୁସ୍ଥଙ୍କୁ ମିଶାଇଲେ ରାଜଧାନୀରୁ ଏଯାବତ ୯୧୩୪୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ଏଯାବତ ଆକ୍ରାନ୍ତଙ୍କ ସଂଖ୍ୟା ୯୩୦୭୭ରେ ପହଞ୍ଚିଥିବା ବେଳେ ୧୨୧୦ଟି ସକ୍ରିୟ ମାମଲା ରହିଛି। ତେବେ ଏଯାବତ ୪୯୭ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି।

ସମ୍ବନ୍ଧିତ ଖବର