କଟକ ସହରରୁ ଆଜି ୩୯ କରୋନା ପଜିଟିଭ୍‌ ଚିହ୍ନଟ, ସ୍ଥାନୀୟ ଅଂଚଳରୁ ୨୪ ଜଣ ଆକ୍ରାନ୍ତ

କଟକ: ଆଜି କଟକ ସହରରୁ ମୋଟ ୩୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୧୫ ଜଣ ଓ ସ୍ଥାନୀୟ ଅଂଚଳରୁ ୨୪ ଜଣ ଅଛନ୍ତି। କଟକ ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।

ସିଏମ୍‌ସି ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ସରକାରୀ ସଂଗରୋଧରୁ ୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ୫ ଜଣ ପୁରୁଷ ଓ ୪ ଜଣ ମହିଳା ଅଛନ୍ତି। ସେହିପରି ଗୃହସଂଗରୋଧରୁ ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪ ଜଣ କଣ୍ଟେନମେଣ୍ଟ ରୋଡ, ଜୋବ୍ରା ଓ ଶିଖରପୁରରୁ ଜଣେ ଲେଖାଏଁ ଆକ୍ରାନ୍ତ ଅଛନ୍ତି।

 

ସୂଚନାଯୋଗ୍ୟ, ଆଜି କଟକ ଜିଲ୍ଲାରୁ ମୋଟ ୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ କଟକ ସହରରୁ ୩୯ ଜଣ ଅଛନ୍ତି। ତେବେ ଏପର୍ଯ୍ୟନ୍ତ କଟକ ସହରରୁ ୧୪ ହଜାର ୬୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୩ ହଜାର ୭୮୬ ଜଣ ସୁସ୍ଥ ହୋଇସାରିଛନ୍ତି। କିନ୍ତୁ ୮୨୯ ଜଣ ଚିକିତ୍ସାଧୀନ ଥିବା ବେଳେ ୬୬ ଜଣଙ୍କର ମୃତ୍ୟୁ ହୋଇଛି।

ସମ୍ବନ୍ଧିତ ଖବର