ଭୁବନେଶ୍ୱର: ଭୁବନେଶ୍ୱରର ବିଭିନ୍ନ ଅଂଚଳରୁ ଗତ ୨୪ ଘଣ୍ଟାରେ ( ରବିବାର ସକାଳ ୯ଟାରୁ ସୋମବାର ସକାଳ ୯ଟା ସୁଦ୍ଧା) ମୋଟ୍ ୪୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୦,୪୨୫ ଛୁଇଁଛି । ଏହା ମଧ୍ୟରୁ ସକ୍ରିୟ ଆକ୍ରାନ୍ତ ସଂଖ୍ୟା ୪୦୩୮ ରହିଛି । ସେହିପରି ସୋମବାରଦିନ ଭୁବନେଶ୍ୱରରେ ୨୭୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଜଣେ ଲୋକଙ୍କର ମୃତ୍ୟୁ ହୋଇଛି । ଏହା ସହିତ ଭୁବନେଶ୍ବରରେ ମୋଟ ସୁସ୍ଥସଂଖ୍ୟା ୬୩୩୪ ରେ ପହଞ୍ଚିଥିବାବେଳେ ମୃତ୍ୟୁସଂଖ୍ୟା ୪୨ ଛୁଇଁଛି ବୋଲି ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି ।
ଗତକାଲି ଭୁବନେଶ୍ବରରେ ୫୧୫ଟି ନୂଆ ସଂକ୍ରମଣ ମାମଲା ଦେଖାଦେଇଥିଲା । ତେବେ ମୃତ୍ୟୁସଂଖ୍ୟା କ୍ରମାଗତ ୨ୟ ଦିନ ପାଇଁ ସମାନ ଅର୍ଥାତ ୧ ରହିଛି ।