ଭୁବନେଶ୍ୱରରୁ ଆଜି ୪୦୯ କରୋନା ଆକ୍ରାନ୍ତ ଚିହ୍ନଟ, ସ୍ଥାନୀୟ ସଂକ୍ରମଣ ୧୬୭ ଜଣ

ସୁସ୍ଥ ହେଲେ ୩୪୪ ଜଣ ଆକ୍ରାନ୍ତ

ଭୁବନେଶ୍ୱର: ରାଜଧାନୀର ବିଭିନ୍ନ ଅଂଚଳରୁ ଆଜି ୪୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୨୪୨ ଜଣ ଓ ସ୍ଥାନୀୟ ଅଂଚଳରୁ ୧୬୭ ଜଣ ଆକ୍ରାନ୍ତ ଅଛନ୍ତି। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ସଂଗରୋଧରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଜଣଙ୍କର ଯାତ୍ରା ବିବରଣୀ ଥିବା ବେଳେ ୨୪୧ ଜଣ ପୂର୍ବରୁ ପଜିଟିଭ ଚିହ୍ନଟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଛନ୍ତି। ସୂଚନାଯୋଗ୍ୟ, ଭୁବନେଶ୍ୱରରୁ ଏ ପର୍ଯ୍ୟନ୍ତ ୧୨ ହଜାର ୮୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୮୬୭ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ୪୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୮୮୬ ଜଣ ଚିକିତ୍ସାଧୀନ ଅଛନ୍ତି।

ଭୁବନେଶ୍ୱରରୁ ଏପର୍ଯ୍ୟନ୍ତ ୧୨ ହଜାର ୮୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୮୬୭ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ୪୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୮୮୬ ଜଣ ଚିକିତ୍ସାଧୀନ ଅଛନ୍ତି।

ବିଏମ୍‌ସି ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଚନ୍ଦ୍ରଶେଖରପୁରରୁ ୧୧ ଜଣ, ଚକେଇସିହାଣୀରୁ ୮ ଜଣ, ଷ୍ଟେସନ ଛକ, ନୟାପଲ୍ଲୀରୁ ୭ ଜଣ ଲେଖାଏଁ, ଶିଖରଚଣ୍ଡି ସାହି, ୟୁନିଟ-୯ସ୍ଥିତ ଏକ ସରକାରୀ କାର୍ଯ୍ୟାଳୟରୁ ୬-୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛି।

ସ୍ଥାନୀୟ ସଂକ୍ରମଣ ଯୋଗୁଁ ଆଜି ୧୬୭ ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି। ଏଥିରେ ଭିଏସ୍‌ଏସ୍‌ ନଗରରୁ ୧୦ ଜଣ, ନୟାପଲ୍ଲୀରୁ ୬ ଜଣ, ସହିଦ ନଗର, ଦୂରଦର୍ଶନ କଲୋନି, ଚକେଇସିହାଣୀରୁ ୫ ଜଣ ଲେଖାଏଁ ଅଛନ୍ତି।

ୟୁନିଟ-୩ ସରକାରୀ କ୍ୱାର୍ଟସରୁ ୧୩ ଜଣ, ବଡଗଡ଼ ବ୍ରିଟ କଲୋନିରୁ ୯ ଜଣ, ପଟିଆ ବିଗ ବଜାର ଅଂଚଳରୁ ୮ ଜଣ, ବଡଗଡ଼ ବ୍ରିଟ କଲୋନି, ବରମୁଣ୍ଡା ହାଉସିଂ ବୋର୍ଡ କଲୋନି, ଜାଗମରା, ବାପୁଜୀ ନଗର, ଟଙ୍କପାଣି ରୋଡରୁ ୭ ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥି ସହିତ ରାଜ୍ୟରୁ ଆଜି ମୋଟ ୩୪୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଯାଇଛନ୍ତି।

ସମ୍ବନ୍ଧିତ ଖବର