କଟକ ସହରରୁ ଆଜି ୫୪ କରୋନା ପଜିଟିଭ୍‌ ଚିହ୍ନଟ, ସ୍ଥାନୀୟ ଅଂଚଳରୁ ୨୬ ଜଣ ଆକ୍ରାନ୍ତ

Advertisment
କଟକ ସହରରୁ ଆଜି ୫୪ କରୋନା ପଜିଟିଭ୍‌ ଚିହ୍ନଟ, ସ୍ଥାନୀୟ ଅଂଚଳରୁ ୨୬ ଜଣ ଆକ୍ରାନ୍ତ

କଟକ: ଆଜି କଟକ ସହରରୁ ମୋଟ ୫୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୨୮ ଜଣ ଓ ସ୍ଥାନୀୟ ଅଂଚଳରୁ ୨୬ ଜଣ ଅଛନ୍ତି। କଟକ ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ସିଏମ୍‌ସି ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ସରକାରୀ ସଂଗରୋଧରୁ ୧୬ ଜଣ ଓ ଗୃହସଂଗରୋଧରୁ ୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ଆଜି କଟକ ଜିଲ୍ଲାରୁ ମୋଟ ୧୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ କଟକ ସହରରୁ ୫୪ ଜଣ ଅଛନ୍ତି। ତେବେ ଏପର୍ଯ୍ୟନ୍ତ କଟକ ସହରରୁ ୧୪ ହଜାର ୮୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୪ ହଜାର ୧୫ ଜଣ ସୁସ୍ଥ ହୋଇସାରିଛନ୍ତି। କିନ୍ତୁ ୮୧୦ ଜଣ ଚିକିତ୍ସାଧୀନ ଥିବା ବେଳେ ୬୮ ଜଣଙ୍କର ମୃତ୍ୟୁ ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe