ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରର ଲୋକସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଗାଡ଼ି ମୋଟର ସଂଖ୍ୟାରେ ମଧ୍ୟ୍ୟ ବୃଦ୍ଧି ଘଟୁଛି । ଏହା ଦ୍ୱାରା ସହରରେ ଟ୍ରାଫିକ୍ ନିୟନ୍ତ୍ରଣ ଏବେ ଏକ ମୁଖ୍ୟ ସମସ୍ୟା ପାଲଟିଛି। ଭୁବନେଶ୍ୱର ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପାଇବା ପରେ ୫ଟି ସଚିବ ଭିକେ ପାଣ୍ଡିଆନ ଆଜି ବଡି ଭୋରରୁ ଶିଶୁ ଭବନ ଚ୍ଛକ, ରବି ଟକିଜ ଛକ, କଳ୍ପନା ଚ୍ଛକ, ବେହେରା ସାହି ଛକ, ରସୁଲଗଡ ଛକ ଓ଼ ଆଇଗିଣିଆ ଚ୍ଛକ ଆଦି ଭୁବନେଶ୍ବରର ବିଭିନ୍ନ ସ୍ଥାନ ବୁଲି ଦେଖିବା ସହ ସ୍ଥିତି ଅନୁଧ୍ୟାନ କରିଛନ୍ତି। ସେ ପ୍ରଶାସନ ଏବଂ ବରିଷ୍ଠ ପୁଲିସ୍ ଅଧିକାରୀଙ୍କ ସହ ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ସମ୍ପର୍କରେ ସେ ଆଲୋଚନା କରିଛନ୍ତି। ଏହି ପରିଦର୍ଶନ ସମୟରେ ପୁଲିସ କମିଶନର ଏସ ପ୍ରିୟଦର୍ଶୀ, ପୂର୍ତ ସଚିବ ଭି ଭି ଯାଦବ, ବିଏମ୍ସି କମିଶନର କୁଳାଙ୍ଗେ ପ୍ରମୁଖ ଉପସ୍ଥିତ ଥିଲେ।
/sambad/media/post_attachments/wp-content/uploads/2022/08/abd10a2b-4440-4a20-9e00-fe4ea40a1407-291x300.jpg)
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/08/34f1119d-a437-4199-bd69-58dbe4a15a28.jpg)