ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଆଜି ମୋଟ୍ ୭୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ୧୬ ଜଣ ସଂଗରୋଧ ଓ ୫୮ ଜଣ ସ୍ଥାନୀୟ ଅଂଚଳରୁ ଅଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଭୁବନେଶ୍ୱରରୁ ଆଜି ୨୧୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
/sambad/media/post_attachments/wp-content/uploads/2020/11/El0IQY6VoAM6-LI-924x1024.jpg)
ସୂଚନା ଅନୁସାରେ ଭୁବନେଶ୍ୱରରୁ ଆଜି ପର୍ଯ୍ୟନ୍ତ ୨୯ ହଜାର ୩୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରୁ ୨୭ ହଜାର ୯୫୮ ଜଣ ସୁସ୍ଥ ହୋଇସାରିଛନ୍ତି। ଏବେ ୧ ହଜାର ୧୬୩ ଜଣ ଆକ୍ରାନ୍ତ ସକ୍ରିୟ ଥିବା ବେଳେ ୧୬୮ ଜଣଙ୍କର ମୃତ୍ୟୁ ହୋଇଛି।
/sambad/media/post_attachments/wp-content/uploads/2020/11/El0IRDjVkAAoCq0-782x1024.jpg)
ସଂଗରୋଧରୁ ଚିହ୍ନଟ କରୋନା ପଜିଟିଭ ବ୍ୟକ୍ତିମାନେ ପୂର୍ବରୁ ଆକ୍ରାନ୍ତ ହୋଇଥିବା ରୋଗୀଙ୍କ ସଂସ୍ପର୍ଶରେ ଆସିଥିଲେ। ପୁରୁଣା ଭୁବନେଶ୍ୱର, ୟୁନିଟ-୯ରୁ ଆଜି ୪ ଜଣ ଲେଖାଏଁ, ବରମୁଣ୍ଡା, ଡୁମଡୁମା, ନୟାପଲ୍ଲୀରୁ ୩ ଜଣ, ଚନ୍ଦ୍ରଶେଖରପୁରରୁ ୨ ଜଣ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସ୍ଥାନୀୟ ସଂକ୍ରମଣ ଯୋଗୁଁ ଆଜି
କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/11/bbs-1.jpg)