କଟକ ସହରରୁ ଆଜି ୭୪ କରୋନା ପଜିଟିଭ୍‌ ଚିହ୍ନଟ, ସ୍ଥାନୀୟ ଅଂଚଳରୁ ୪୧ ଜଣ ଆକ୍ରାନ୍ତ

Advertisment
କଟକ ସହରରୁ ଆଜି ୭୪ କରୋନା ପଜିଟିଭ୍‌ ଚିହ୍ନଟ, ସ୍ଥାନୀୟ ଅଂଚଳରୁ ୪୧ ଜଣ ଆକ୍ରାନ୍ତ

କଟକ: ଆଜି କଟକ ସହରରୁ ମୋଟ ୭୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୩୩ ଜଣ ଓ ସ୍ଥାନୀୟ ଅଂଚଳରୁ ୪୧ ଜଣ ଅଛନ୍ତି। କଟକ ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।

ସିଏମ୍‌ସି ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ସରକାରୀ ସଂଗରୋଧରୁ ୧୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ ୯ ଜଣ ପୁରୁଷ ଓ ୫ ଜଣ ମହିଳା ଅଛନ୍ତି। ଗୃହ ସଂଗରୋଧରୁ ଚିହ୍ନଟ ୧୯ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ସିଡିଏ ସେକ୍ଟର-୬ରୁ ୪ ଜଣ, ଶିଖରପୁର, ବିଡାନାସୀରୁ ୩-୩ ଜଣ, ସିଡିଏ ସେକ୍ଟର-୧୦ରୁ ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

publive-image

ସୂଚନାଯୋଗ୍ୟ, ଆଜି କଟକ ଜିଲ୍ଲାରୁ ମୋଟ ୧୬୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ କଟକ ସହରରୁ ୭୪ ଜଣ ଅଛନ୍ତି। ତେବେ ଏପର୍ଯ୍ୟନ୍ତ କଟକ ସହରରୁ ୧୪ ହଜାର ୪୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୩ ହଜାର ୪୮୩ ଜଣ ସୁସ୍ଥ ହୋଇସାରିଛନ୍ତି। କିନ୍ତୁ ୮୭୫ ଜଣ ଚିକିତ୍ସାଧୀନ ଥିବା ବେଳେ ୬୬ ଜଣଙ୍କର ମୃତ୍ୟୁ ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe