ଭୁବନେଶ୍ୱରରୁ ଆଜି ୮୧ କରୋନା ପଜିଟିଭ୍‌ ଚିହ୍ନଟ, ସୁସ୍ଥ ହେଲେ ୨୨୬ ଜଣ ଆକ୍ରାନ୍ତ

Advertisment
ଭୁବନେଶ୍ୱରରୁ ଆଜି ୮୧ କରୋନା ପଜିଟିଭ୍‌ ଚିହ୍ନଟ, ସୁସ୍ଥ ହେଲେ ୨୨୬ ଜଣ ଆକ୍ରାନ୍ତ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଆଜି ମୋଟ୍‌ ୮୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ୧୯ ଜଣ ସଂଗରୋଧ ଓ ୬୨ ଜଣ ସ୍ଥାନୀୟ ଅଂଚଳରୁ ଅଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଭୁବନେଶ୍ୱରରୁ ଆଜି ୨୨୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସୂଚନା ଅନୁସାରେ ଭୁବନେଶ୍ୱରରୁ ଆଜି ପର୍ଯ୍ୟନ୍ତ ୨୯ ହଜାର ୧୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରୁ ୨୭ ହଜାର ୧୫୩ ଜଣ ସୁସ୍ଥ ହୋଇସାରିଛନ୍ତି। ଏବେ ୧ ହଜାର ୪୨୩ ଜଣ ଆକ୍ରାନ୍ତ ସକ୍ରିୟ ଥିବା ବେଳେ ୧୬୬ ଜଣଙ୍କର ମୃତ୍ୟୁ ହୋଇଛି।

publive-image

ସଂଗରୋଧରୁ ଚିହ୍ନଟ କରୋନା ପଜିଟିଭ ବ୍ୟକ୍ତିମାନେ ପୂର୍ବରୁ ଆକ୍ରାନ୍ତ ହୋଇଥିବା ରୋଗୀଙ୍କ ସଂସ୍ପର୍ଶରେ ଆସିଥିଲେ। କାନନ ବିହାର, ଚନ୍ଦ୍ରଶେଖରପୁର ଓ ପଟିଆରଜୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

publive-image

ସ୍ଥାନୀୟ ସଂକ୍ରମଣ ଯୋଗୁଁ ଆଜି ଶୈଳଶ୍ରୀ ବିହାର, ଖଣ୍ଡଗିରି, ନିଳାଦ୍ରୀ ବିହାର, ପୁରୁଣା ଭୁବନେଶ୍ୱରରୁ ୪ ଜଣ ଲେଖାଏଁ, ବିଜେବି ନଗର, ସହିଦ ନଗରରୁ ୩ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe