ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଆଜି ମୋଟ୍ ୮୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ୨୦ ଜଣ ସଂଗରୋଧ ଓ ୬୩ଜଣ ସ୍ଥାନୀୟ ଅଂଚଳରୁ ଅଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଭୁବନେଶ୍ୱରରୁ ଆଜି ୨୦୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
/sambad/media/post_attachments/wp-content/uploads/2020/11/ElvIaI1UYAAfakv-924x1024.jpg)
ସୂଚନା ଅନୁସାରେ ଭୁବନେଶ୍ୱରରୁ ଆଜି ପର୍ଯ୍ୟନ୍ତ ୨୯ ହଜାର ୨୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରୁ ୨୭ ହଜାର ୭୪୪ ଜଣ ସୁସ୍ଥ ହୋଇସାରିଛନ୍ତି। ଏବେ ୧ ହଜାର ୩୦୪ ଜଣ ଆକ୍ରାନ୍ତ ସକ୍ରିୟ ଥିବା ବେଳେ ୧୬୭ ଜଣଙ୍କର ମୃତ୍ୟୁ ହୋଇଛି।
/sambad/media/post_attachments/wp-content/uploads/2020/11/ElvIa-iUYAAIbHe-782x1024.jpg)
ସଂଗରୋଧରୁ ଚିହ୍ନଟ କରୋନା ପଜିଟିଭ ବ୍ୟକ୍ତିମାନେ ପୂର୍ବରୁ ଆକ୍ରାନ୍ତ ହୋଇଥିବା ରୋଗୀଙ୍କ ସଂସ୍ପର୍ଶରେ ଆସିଥିଲେ। ପଟିଆରୁ ୩ ଜଣ, ପୁରୁଣା ଭୁବନେଶ୍ୱର, ଆଇଆରସି ଭିଲେଜ, ବଡ଼ଗଡ଼ରୁ ୨ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସ୍ଥାନୀୟ ସଂକ୍ରମଣ ଯୋଗୁଁ ଆଜି ଲକ୍ଷ୍ମୀସାଗରରୁ ୫ ଜଣ, ପୁରୁଣା ଭୁବନେଶ୍ୱର, ବିଜେବି ନଗର, ଜାଗମରାରୁ ୪ ଜଣ ଲେଖାଏଁ, ନୟାପଲ୍ଲୀରୁ ୩ ଜଣ, ମଂଚେଶ୍ୱର, ଶୈଳଶ୍ରୀ ବିହାର, ବରମୁଣ୍ଡା, ଜୟଦେବ ବିହାର, ନିଳାଦ୍ରୀ ବିହାରରୁ ୨ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/11/bbs.jpg)