୯୦ ବର୍ଷୀୟ କ୍ୟାନ୍ସର ପୀଡିତ ସମ୍ କୋଭିଡ ହସ୍ପିଟାଲରେ କରୋନାରୁ ସୁସ୍ଥ ହେଲେ

ଭୁବନେଶ୍ବର: କ୍ୟାନ୍ସରରେ ଆକ୍ରାନ୍ତ ଏବଂ କରୋନା ସଂକ୍ରମିତ ଜଣେ ୯୦ ବର୍ଷୀୟ ବୃଦ୍ଧ କୋଭିଡକୁ ପରାସ୍ତ କରିଛନ୍ତି । ମୁରଲୀଧର ଶତପଥୀ ସମ୍ କୋଭିଡ ହସ୍ପିଟାଲରୁ କରୋନା ମୁକ୍ତ ହୋଇଛନ୍ତି । ଗଳା କର୍କଟ ରୋଗରେ ଗତ ମାର୍ଚ୍ଚ ମାସରୁ ପୀଡିତ ଥିବା ଏହି ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କର କ୍ୟାନ୍ସର ଚିକିତ୍ସା ଚାଲିଥିବା ବେଳେ ଗତ ଅକ୍ଟୋବର ୧୦ ତାରିଖରେ ସେ କରୋନା ସଂକ୍ରମିତ ହୋଇଥିଲେ ।

ସଂକ୍ରମିତ ହେବା ପରେ କ୍ୟାନ୍ସର ହସ୍ପିଟାଲରୁ ତାଙ୍କୁ ସମ୍ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିଲା । କୋଭିଡ ହସ୍ପିଟାଲରେ ଭର୍ତି ହେବା ପରେ ତାଙ୍କର ଚିକିତ୍ସା ଆରମ୍ଭ କରିଥିଲେ ସମ୍ କୋଭିଡ ଟିମ୍ ।
ସମ୍ କୋଭିଡ ହସ୍ପିଟାଲର ଡାକ୍ତର, ନର୍ସ ଓ ପାରାମେଡିକ୍ସଙ୍କର ଉତ୍ତମ ଚିକିତ୍ସା, ଯତ୍ନ ଓ ସେବା ଶୁଶ୍ରୁଷା ଫଳରେ ସେ ସୁସ୍ଥ ହେବା ସହ କରୋନାକୁ ପରାସ୍ତ ମଧ୍ୟ କରିସାରିଛନ୍ତି । ହସ୍ପିଟାଲ‌ରେ ଭର୍ତ୍ତି ହେବା ସମୟରେ ଠିକରେ ଖାଇପାରୁ ନଥିଲେ ଏବଂ କେବଳ ତରଳ ପଦାର୍ଥ ଗ୍ରହଣ କରୁଥିବା ଏହି ବୟୋଜ୍ୟେଷ୍ଠ ବ୍ୟକ୍ତି ଜଣଙ୍କ ହସ୍ପିଟାଲରୁ ସୁସ୍ଥ ହୋଇପାରିଥିବା ନେଇ ଆନନ୍ଦ ପ୍ରକଟ କରିଛନ୍ତି ତାଙ୍କ ସମ୍ପର୍କୀୟ ସବ୍ୟସାଚୀ ମିଶ୍ର ।

ଏନେଇ ସେ ସମ୍ କୋଭିଡ ଟିମକୁ ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି । ଜଣେ କ୍ୟାନ୍ସର ଆକ୍ରାନ୍ତଙ୍କ କ୍ଷେତ୍ରରେ କୋଭିଡ ସଂକ୍ରମଣ ଅଧିକ ସମ୍ବେଦନଶୀଳ ପ୍ରସଙ୍ଗ ହୋଇଥିବା ବେଳେ ମୁରଲୀଧର କରୋନାକୁ ପରାସ୍ତ କରିବା ନିଶ୍ଚିତ ଭାବେ କରୋନା ରୋଗୀଙ୍କ କ୍ଷେତ୍ରରେ ଆଶାଜନକ ବାର୍ତ୍ତା ପ୍ରଦାନ କରୁଛି । କୋଭିଡକୁ ଯେ ପରିଣତ ବୟସରେ ଓ ଭୟଙ୍କର ରୋଗ ଆକ୍ରାନ୍ତ ହୋଇଥିବା ସ‌ତ୍ତ୍ବେ ପରାସ୍ତ କରିହେବ ତାହା ଧୀରେ ଧୀରେ ସ୍ପଷ୍ଟ ହେବାରେ ଲାଗିଛି ।

ସମ୍ କୋଭିଡ ଟିମରେ ଉଦ୍ୟମ, ସେବା ଓ ଯତ୍ନ ଫଳରେ ଏଭଳି ଅନେକ ବୟୋଜ୍ୟେଷ୍ଠ ଏବଂ ବିଭିନ୍ନ ରୋଗରେ ଆକ୍ରାନ୍ତ କରୋନା ସଂକ୍ରମିତ ସୁସ୍ଥ ହେଉଥିବାର ଦେଖିବାକୁ ମିଳୁଛି । ପୂର୍ବରୁ ମଧ୍ୟ କିଛି ବୃଦ୍ଧ ବ୍ୟକ୍ତି ସମ ହସ୍ପିଟାଲରୁ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

 

ସମ୍ବନ୍ଧିତ ଖବର