କରୋନାକୁ ପରାସ୍ତ କଲେ ୯୨ ବର୍ଷୀୟା ବୟୋଜ୍ୟେଷ୍ଠା; ସୁସ୍ଥ ହୋଇ ଘରକୁ ଫେରିଲେ

ଭୁବନେଶ୍ୱର: ଉପଯୁକ୍ତ ଚିକିତ୍ସା, ଯତ୍ନ ଓ ସେବା ଫଳରେ କରୋନା ଭଳି ଭୟଙ୍କର ବ୍ୟାଧିରୁ ମଧ୍ୟ ସୁସ୍ଥ ହୋଇପାରିବେ ବରିଷ୍ଠ ନାଗରିକମାନେ । ଏହି କଥାକୁ ପୁଣି ଥରେ ପ୍ରମାଣିତ ହୋଇଛି। କରୋନାକୁ ପରାସ୍ତ କରିଛନ୍ତି ଜଣେ ୯୨ ବର୍ଷୀୟା ବୟୋଜ୍ୟେଷ୍ଠା । କରୋନା ଆକ୍ରାନ୍ତ ହୋଇ ସମ୍ କୋଭିଡ ହସ୍ପିଟାଲ୍‌ରେ  ଉତ୍ତମ ଚିକିତ୍ସା ପାଇ ସୁସ୍ଥ ହେବା ପରେ ଘରକୁ ଫେରିଛନ୍ତି ଭୁବନେଶ୍ୱର ବରମୁଣ୍ଡା ଅଂଚଳର ୯୨ ବର୍ଷୀୟା ସରୋଜିନୀ ପଟ୍ଟନାୟକ ।

କିଛି ଦିନ ଧରି ଥଣ୍ଡା, ଜ୍ୱର ଓ କାଶ ଲାଗି ରହିବା ପରେ ସରୋଜିନୀଙ୍କର କୋଭିଡ ପରୀକ୍ଷା କରାଇଥିଲେ ତାଙ୍କ ପରିବାର । କୋଭିଡ ରିପୋର୍ଟ ପଜିଟିଭ୍ ଆସିବା ପରେ ତାଙ୍କୁ ସମ୍ କୋଭିଡ୍‌ରେ ଚିକିତ୍ସା ପାଇଁ ଭର୍ତି କରାଯାଇଥିଲା । ମଧୁମେହ ରୋଗରେ ପୀଡିତ ଥିବା ସରୋଜିନୀଙ୍କର ଚିକିତ୍ସା ଆରମ୍ଭ କରିଥିଲେ ସମ୍ କୋଭିଡ ଟିମ୍ । କରୋନା ଆକ୍ରାନ୍ତଙ୍କ ପାଇଁ ମଧୁମେହ ରୋଗ ଏକ ଚିନ୍ତାର ବିଷୟ ହୋଇଥିବା ବେଳେ ତାଙ୍କୁ ସୁସ୍ଥ କରିବା ପାଇଁ କୋଭିଡ ଟିମ୍ ଅପ୍ରାଣ ଉଦ୍ୟମ କରିଥିଲେ ।

92-year-old woman with one side of body paralysed defeats coronavirus in Pune | Pune News - Times of India
Times of India

ସୋମବାର ସେ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସରୋଜିନୀ ଓ ତାଙ୍କ ପରିବାର ହସ୍ପିଟାଲକୁ କୃତଜ୍ଞତା ଜଣାଇଛନ୍ତି । ଡାକ୍ତର, ନର୍ସ ଓ ଅନ୍ୟାନ୍ୟ କର୍ମଚାରୀଙ୍କ ଉତ୍ତମ ଚିକିତ୍ସା ଯୋଗୁଁ ତାଙ୍କ ଜେଜେ ମା’ କରୋନାକୁ ପରାସ୍ତ କରିପାରିଲେ ବୋଲି କହିଛନ୍ତି ସରୋଜିନୀଙ୍କ ନାତି ସିଦ୍ଧାର୍ଥ ପଟ୍ଟନାୟକ ।

କେବଳ ସରୋଜିନୀ ନୁହଁନ୍ତି ତାଙ୍କ ଭଳି ଅନେକ ବୟୋଜ୍ୟେଷ୍ଠ କରୋନାକୁ ପରାସ୍ତ କରି ସୁସ୍ଥ ହୋଇ ଘରକୁ ଫେରୁଥିବାର ଦେଖିବାକୁ ମିଳୁଛି ।

ସମ୍ବନ୍ଧିତ ଖବର