ସୋଆରେ ଜି-୨୦ କାର୍ଯ୍ୟକ୍ରମ ପାଳନ ନେଇ ବୈଠକ

Advertisment
ସୋଆରେ ଜି-୨୦ କାର୍ଯ୍ୟକ୍ରମ ପାଳନ ନେଇ ବୈଠକ

ଭୁବନେଶ୍ୱର: ଭାରତର ଜି-୨୦ ଅଧ୍ୟକ୍ଷତା ଉପଲକ୍ଷେ ଓଡ଼ିଶାରେ ଏକ ମାସ ଧରି କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏଥିନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ବବିଦ୍ୟାଳୟରେ ଏକ ସଭା ଆୟୋଜିତ ହୋଇଯାଇଛି। ଆସନ୍ତା ୨୭ରୁ ୨୯ତାରିଖ ପର୍ଯ୍ୟନ୍ତ ଜି-୨୦ ଦେଶର ପ୍ରତିନିଧିମାନେ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ତୃତୀୟ ଏଜୁକେସନ୍ ୱାର୍କିଂ ଗ୍ରୁପ୍ ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ଥିବା ବେଳେ ଏହି ପରିପ୍ରେକ୍ଷୀରେ ‘ଜନ ଭାଗିଦାରୀ’ ଭାବେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି।

ଓଡ଼ିଶାର ୩୦ଟି ଜିଲ୍ଲାର କୁଇଜ୍‌, ପ୍ରବନ୍ଧ, ବକ୍ତୃତା, ଆଲୋଚନାଚକ୍ର ଓ ୱେବିନାର, ବିଭିନ୍ନ କ୍ରୀଡ଼ା କାର୍ଯ୍ୟକ୍ରମ, ମକ୍ ଜି-୨୦, ସ୍ୱଚ୍ଛତା କାର୍ଯ୍ୟକ୍ରମ, ଖାଦ୍ୟ ଉତ୍ସବ ଓ ଯୁବ ସମ୍ବାଦ କାର୍ଯ୍ୟକ୍ରମ ଇତ୍ୟାଦି ଆୟୋଜନ କରାଯିବ। ସୋଆକୁ ଏଥିନିମନ୍ତେ ଆଙ୍କର ଅନୁଷ୍ଠାନ ଭାବେ ମନୋନୀତ କରାଯାଇଛି। ଏହି ଅବସରରେ ଆୟୋଜିତ ଏକ ବୈଠକରେ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ନିଜ ବକ୍ତବ୍ୟରେ ଏହି କାର୍ଯ୍ୟକ୍ରମ ନେଇ ଆନନ୍ଦ ପ୍ରକାଶ କରିବା ସହ ବିଶ୍ୱବିଦ୍ୟାଳୟ ତରଫରୁ ସମସ୍ତ ପ୍ରକାର ସହଯୋଗ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe