ରାଜ୍ୟପାଳଙ୍କୁ ଭେଟିଲେ ଏମ୍‌ସ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ

ଭୁବନେଶ୍ବର: ଭୁବନେଶ୍ବର ଏମ୍‌ସର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ପ୍ରଫେସର୍‌ ଡା. ଆଶୁତୋଷ ବିଶ୍ବାସ ଆଜି ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ଡା. ବିଶ୍ବାସ ଏମ୍‌ସରେ ରୋଗୀ ସେବା, ଗବେଷଣା, ବିକାଶ ସମେତ ବିଭିନ୍ନ ପ୍ରସଙ୍ଗରେ ରାଜ୍ୟପାଳଙ୍କୁ ଅବଗତ କରାଇଥିଲେ।

ରାଜ୍ୟପାଳ ଶ୍ରୀ ଲାଲ ମଧ୍ୟ ରୋଗୀ ସେବା ଓ ସମାଜ ପ୍ରତି ଏମ୍‌ସ ଭୁବନେଶ୍ୱରର ସେବା ମନୋଭାବ ଏବଂ ସକାରାତ୍ମକ ଆଭିମୁଖ୍ୟକୁ ପ୍ରଶଂସା କରିଥିଲେ। ଏଥିରେ କୁଳସଚିବ ବିବି ମିଶ୍ର, ଭାରପ୍ରାପ୍ତ ଡିଡିଏ ରଶ୍ମିରଞ୍ଜନ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ।

ସମ୍ବନ୍ଧିତ ଖବର