ସିଂହାରୀ ଶ୍ୟାମସୁନ୍ଦର କରଙ୍କ ସ୍ମୃତିରେ ସଂଗୀତ ସଂଧ୍ୟା

ଭୁବନେଶ୍ୱର: ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଦ୍ୱାରା ଓଡ଼ିଶୀ ସଂଗୀତ ଗୁରୁ ସିଂହାରୀ ଶ୍ୟାମସୁନ୍ଦର କରଙ୍କ ସ୍ମୃତିରେ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ଉତ୍କଳ ରଙ୍ଗ ମଞ୍ଚରେ ଅନୁଷ୍ଠିତ ହୋଇଯାଇଛି। ଏହି ପୂଜ୍ୟପୂଜା କାର୍ଯ୍ୟକ୍ରମରେ ପ୍ରଥମେ ଓଡ଼ିଶୀ ସଂଗୀତ ପରିବେଷଣ କରିଥିଲେ ବରିଷ୍ଠ ଓଡିଶୀ ସଂଗୀତ କଣ୍ଠଶିଳ୍ପୀ ପଦ୍ମଶ୍ରୀ ଶ୍ୟାମାମଣି ଦେବୀ। ପରେ ଗୁରୁ କେଶବ ଚନ୍ଦ୍ର ରାଉତ ଓ ଗୁରୁ ଅଚ୍ୟୁତ ମହାରଣା ଓଡ଼ିଶୀ ସଂଗୀତ ପରିବେଷଣ କରିଥିଲେ। ଶେଷରେ ପୁରୀସ୍ଥିତ ଶ୍ରୀଜଗନ୍ନାଥ ମର୍ଦଳ ପ୍ରତିଷ୍ଠାନର କଳାକାରମାନେ ସମୂହ ଓଡ଼ିଶୀ ମର୍ଦ୍ଦଳ ପରିବେଷଣ କରିଥିଲେ। କାର୍ଯ୍ୟକ୍ରମରେ ଅତିଥି ଭାବେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପନିର୍ଦ୍ଦେଶକ ଶୁଚିସ୍ମିତା ମନ୍ତ୍ରୀ, ବରିଷ୍ଠ ଓଡ଼ିଶୀ ସଂଗୀତ ଗବେଷକ କୀର୍ତ୍ତନ ନାରାୟଣ ପାଢ଼ୀ, ପଣ୍ଡିତ ଗୋପାଳ ଚନ୍ଦ୍ର ପଣ୍ଡା ପ୍ରମୁଖ ଯୋଗ ଦେଇଥିଲେ। ଓଡ଼ିଶୀ ଗବେଷଣା କେନ୍ଦ୍ରର ମୁଖ୍ୟ ନିର୍ବାହୀ ସୁବୋଧ ଚନ୍ଦ୍ର ଆଚାର୍ଯ୍ୟଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶୀ ଗବେଷଣା କେନ୍ଦ୍ରର ପ୍ରଶାସନିକ ଅଧିକାରୀ ଅନୁଜା ତାରିଣୀ ମିଶ୍ରଙ୍କ ଆବାହକତ୍ୱରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଶ୍ବଜିତ ବଳିଆରସିଂହ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।

ସମ୍ବନ୍ଧିତ ଖବର