ବରମୁଣ୍ଡା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକ ଉତ୍ସବ

ଭୁବନେଶ୍ୱର : ଗତ ଶନିବାର ବରମୁଣ୍ଡା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୩୫ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରଠାରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଶ୍ରୀ ଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ରାଧାମାଧବ ଦାଶ ଯୋଗ ଦେଇଥିଲେ। ପ୍ରଧାନ ଆଚାର୍ଯ୍ୟ ପ୍ରସନ୍ନ କିଶୋର ପୃଷ୍ଟି ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିଲେ। ବିଦ୍ୟାଳୟର ସମ୍ପାଦକ ରାହାସ ବିହାରୀ ନରେନ୍ଦ୍ର ବାର୍ଷିକ ବିବରଣୀ ପାଠ କରିଥିଲେ। ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଶିକ୍ଷା ବିକାଶ ସମିତିର ଉପସଭାପତି ଡ. ବସନ୍ତ କୁମାର ପଣ୍ଡା ଛାତ୍ରଛାତ୍ରୀମାନଙ୍କୁ ‘ବିଦ୍ୟା ଦଦାତେ ବିନୟମ’ ଉପରେ ଗରୁତ୍ୱ ଦେବା ପାଇଁ କହିଥିଲେ। ମୁଖ୍ୟ ବକ୍ତା ରୂପେ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶିକା ପ୍ରୀତି ପ୍ରତିଭା ଭୋଳ ପ୍ରତିଟି ମୁହୂର୍ତ୍ତ ଠିକ୍‌ ଭାବେ ଉପଯୋଗ କଲେ ଛାତ୍ରଛାତ୍ରୀମାନେ ନିଶ୍ଚିତ ଲକ୍ଷ୍ୟ ସ୍ଥଳରେ ପହଞ୍ଚିପାରିବେ ବୋଲି କହିଥିଲେ। ଅନୁଷ୍ଠାନର ସଭାପତି ରମେଶ ଚନ୍ଦ୍ର ସ୍ୱାଇଁ ଏହି ବିଦ୍ୟାଳୟକୁ ଆଦର୍ଶ ବିଦ୍ୟାଳୟ ରୂପେ ଗଢ଼ିଥିବା ଅନୁଷ୍ଠାନର କର୍ମକର୍ତ୍ତା ଓ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ପ୍ରଶଂସା କରିଥିଲେ। ବିଦ୍ୟାଳୟର ବାର୍ଷିକ ମୁଖପତ୍ର ଅତିଥିମାନଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିଲା। ବାର୍ଷିକ ବୌଦ୍ଧିକ ପ୍ରତିଯୋଗିତାରେ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ଜ୍ଞାନମନ୍ଦିରର ଅଧ୍ୟକ୍ଷ ବିପିନ ବିହାରୀ ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ।

ସମ୍ବନ୍ଧିତ ଖବର