ଭୁବନେଶ୍ୱର : ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ଅବସରରେ ଆଜି ୟୁନିଟ-୪ସ୍ଥିତ ବିବେକାନନ୍ଦ ଶିକ୍ଷାକେନ୍ଦ୍ରର ୩୬ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ପାଳତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ଶିକ୍ଷାବିତ୍ ଡ. ଦିଗରାଜ ବ୍ରହ୍ମା ଓ ସମ୍ମାନିତ ଅତିଥି ଭାବେ କର୍ପୋରେଟର୍ ନରେନ କୁମାର ସାହୁ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ମୁଖ୍ୟ ଅତିଥି କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ବିତରଣ କରିବା ସହ ପିଲାମାନେ କିପରି ବିବେକାନନ୍ଦଙ୍କ ଆଦର୍ଶରେ ଅନୁପ୍ରାଣିତ ହେବେ, ସେ ବିଷୟରେ ପରାମର୍ଶ ଦେଇଥିଲେ। ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ରବି ନାରାୟଣ ଜେନା ଅତିଥି ପରିଚୟ ପ୍ରଦାନ କରି ସ୍ୱାଗତ ଭାଷଣ ଦେଇଥିଲେ। ବରିଷ୍ଠ ଶିକ୍ଷୟିତ୍ରୀ ସବିତା ରାଉତରାୟ ବାର୍ଷିକ ବିବରଣୀ ପାଠ କରିଥିଲେ। ବିଦ୍ୟାଳୟର ବାର୍ଷିକ ମୁଖପାତ୍ର ‘ବିବେକବାଣୀ’ର ଉନ୍ମୋଚନ କରାଯାଇଥିଲା। ସହକାରୀ ଶିକ୍ଷୟିତ୍ରୀ ପ୍ରତିଭା ପଟ୍ଟନାୟକଙ୍କ ସଂଯୋଜନାରେ ଛାତ୍ରଛାତ୍ରୀମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।
ବିବେକାନନ୍ଦ ଶିକ୍ଷାକେନ୍ଦ୍ରର ବାର୍ଷିକ ଉତ୍ସବ
/sambad/media/post_attachments/wp-content/uploads/2018/01/vivekananda.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)