ଦେହରେ ନିଆଁ ଲଗାଇ ନାବାଳିକାର ଆତ୍ମହତ୍ୟା

କେନ୍ଦ୍ରାପଡ଼ା: ‘ଭାଲେଣ୍ଟାଇନ୍‌ ଡେ’ରେ ଜୀବନ ହାରିଲେ କଲେଜ ପଢୁଆ ପ୍ରେମୀଯୁଗଳ

India.com

ବାଲିଅନ୍ତା: ବାଳକାଟି ଫାଣ୍ଡି ଅଧୀନ ଯଶୁଆପୁର ଗ୍ରାମର ରବି ଭୋଇଙ୍କ ଝିଅ ଭଗବତୀ ଭୋଇ(୧୬) ଆତ୍ମହତ୍ୟା କରିଛନ୍ତି। ପାରିବାରିକ କଳହକୁ କେନ୍ଦ୍ର କରି ଗତକାଲି ରାତିରେ ସେ ଶୋଇବା ଘରେ ଦେହରେ ନିଆଁ ଲଗାଇ ଦେଇଥିଲେ। ପରିବାର ଲୋକେ ଜାଣିବା ପରେ ତାଙ୍କୁ ପ୍ରଥମେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଇଥିଲେ। କିନ୍ତୁ ଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ କଟକ ଏସ୍‌ସିବି ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ଆଜି ଚିକିତ୍ସାଧୀନ ଅବସ୍ଥାରେ ସେଠାରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ମଙ୍ଗଳାବାଗ ଥାନା ପୁଲିସ ଶବକୁ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏ ସଂକ୍ରାନ୍ତରେ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ଗତ ରାତି ପ୍ରାୟ ୨ଟା ବେଳେ ଭଗବତୀ ଏହି ଚରମ ପଦକ୍ଷେପ ନେଇଥିଲେ। ଘର ଭିତରୁ ନିଅାଁ ବାହାରୁଥିବା ଦେଖି ପରିବାର ଲୋକ କବାଟ ଭାଙ୍ଗି ତାଙ୍କୁ ଉଦ୍ଧାର କରିଥିଲେ। କିନ୍ତୁ ସେତେବେଳକୁ ତାଙ୍କ ଶରୀରର ୮୦ ପ୍ରତିଶତ ପୋଡ଼ି ଯାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe