ବିଜୁବାବୁଙ୍କ ପ୍ରତିମୂର୍ତ୍ତି ପୋଡ଼ିବା ଘଟଣା: ପ୍ରତିବାଦରେ ବିଜେଡିର ଧାରଣା

Advertisment

ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ଜାଳିବା ଘଟଣାରେ ବିଜେଡି ପକ୍ଷରୁ ଭୁବନେଶ୍ୱର ବିମାନବନ୍ଦର ବିଜୁପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ତଳେ ବିକ୍ଷୋଭ ଓ ଧାରଣା ଦିଆଯାଇଛି। ଏନେଇ ବିଜେଡି  ନେତାମାନେ ବିଜେପି ସରକାରଙ୍କ ଉପରେ ବର୍ଷିଛନ୍ତି।

ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ଜାଳିବା ଘଟଣାରେ ବିଜେଡି ପକ୍ଷରୁ ଭୁବନେଶ୍ୱର ବିମାନବନ୍ଦର ବିଜୁପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ତଳେ ବିକ୍ଷୋଭ ଓ ଧାରଣା ଦିଆଯାଇଛି। ଏନେଇ ବିଜେଡି  ନେତାମାନେ ବିଜେପି ସରକାରଙ୍କ ଉପରେ ବର୍ଷିଛନ୍ତି।

gfgfbvvg

ଭୁବନେଶ୍ବର: ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ଜାଳିବା ଘଟଣାରେ ବିଜେଡି ପକ୍ଷରୁ ଭୁବନେଶ୍ୱର ବିମାନବନ୍ଦର ବିଜୁପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ତଳେ ବିକ୍ଷୋଭ ଓ ଧାରଣା ଦିଆଯାଇଛି। ଏନେଇ ବିଜେଡି  ନେତାମାନେ ବିଜେପି ସରକାରଙ୍କ ଉପରେ ବର୍ଷିଛନ୍ତି। ବିଜେଡି ପକ୍ଷରୁ କୁହାଯାଇଛି ଯେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିକୁ ମୋହନ ସରକାର ସୁରକ୍ଷା ଦେଇପାରୁନାହାନ୍ତି। ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଜାଳିବା ରାଜ୍ୟବାସୀଙ୍କୁ ବ୍ୟଥିତ କରିଛି। କେହି ଭୁଲିବା କଥା ନୁହେଁ ଯେ ବିଜୁ ପଟ୍ଟନାୟକଙ୍କ ପରି ମହାପୁରୁଷଙ୍କ ସ୍ୱତନ୍ତ୍ର ଓଡ଼ିଶା ଗଠନରେ ଭୂମିକା ରହିଛି।  ଯିଏ ବି କରିଛି ଏହା ତାଙ୍କ ହୀନମନ୍ୟତା।

ପ୍ରଶାସନ ଏ ଦିଗରେ ଆଇନଗତ ପଦକ୍ଷେପ ନେବାର ଆବଶ୍ୟକତା ରହିଛି। ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ବିଜେଡି ଦାବି କରିଛି। ଆଜିର ଏହି ବିକ୍ଷୋଭରେ ବିଜେଡି ନେତା ପ୍ରତାପ ଜେନା, ପ୍ରଣବ ବଳବନ୍ତରାୟ, ସମ୍ବିତ ରାଉତରାୟ, ଭୁର୍ଗୁ ବକ୍ସିପତ୍ର, ଉତ୍ତର ବିଧାୟକ ସୁଶାନ୍ତ ରାଉତ, ବିଜେଡି ନେତା ଅଶୋକ ଚନ୍ଦ୍ର ପଣ୍ଡା, ପ୍ରମିଳା ମଲ୍ଲିକ,  ମେୟର ସୁଲୋଚନା ଦାସ,  ମଧ୍ୟମ ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ସମେତ ବହୁ ବିଜେଡ଼ି ନେତା, କର୍ମୀ ଉପସ୍ଥିତ ରହିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe