ବିଜେବି ମହାବିଦ୍ୟାଳୟରେ ‘ଫିଟ୍‌ ଇଣ୍ଡିଆ ମୁଭ୍‌ମେଣ୍ଟ୍‌’

ଭୁବନେଶ୍ବର: ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟରେ ଅଧ୍ୟକ୍ଷା ସୁପ୍ରଭା ପଟ୍ଟନାୟକଙ୍କ ମାର୍ଗଦର୍ଶନରେ ନିର୍ଦ୍ଧାରିତ ‘ଫିଟ୍‌ ଇଣ୍ଡିଆ ମୁଭ୍‌ମେଣ୍ଟ୍‌’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ପ୍ରାଧ୍ୟାପକ ହୃଷୀକେଶ ମହାନ୍ତି ପ୍ରାରମ୍ଭିକ ସୂଚନା ଦେଇଥିଲେ। ସବୀନ୍ଦ୍ର କୁମାର ସାମଲ, ପାଣ୍ଡବ ପ୍ରଧାନ, ଶିବପ୍ରସାଦ ପାଣି ଓ ପ୍ରବୀଣ ମହାପାତ୍ର ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ, ଅଧ୍ୟାପକ/ଅଧ୍ୟାପିକା ଓ କର୍ମଚାରୀ ଯୋଗ ଦେଇଥିଲେ।

ସମ୍ବନ୍ଧିତ ଖବର