ଭୁବନେଶ୍ୱର: ଭୁବନେଶ୍ୱର ମହାନନଗର ନିଗମ (ବିଏମ୍ସି) ଅବକାରୀ ବିଭାଗ ପକ୍ଷରୁ ଅନ୍ତର୍ଜାତୀୟ ନିଶା ନିବାରଣ ଏବଂ ଅବୈଧ ନିଶା କାରବାର ପ୍ରତିରୋଧ ଦିବସ ଉପଲକ୍ଷେ ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ଶୋଭାଯାତ୍ରା ବିଏମ୍ସି କାର୍ଯ୍ୟାଳୟରୁ ବାହାରି ମାଷ୍ଟରକ୍ୟାଣ୍ଟିନ୍ ପର୍ଯ୍ୟନ୍ତ ଯାଇଥିଲା। ଅର୍ଥ ଏବଂ ଅବକାରୀ ମନ୍ତ୍ରୀ ଶଶିଭୂଷଣ ବେହେରା ଏହାକୁ ଉଦ୍ଘାଟନ କରିଥିବା ବେଳେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ, ସଂସ୍କୃତି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଭୁବନେଶ୍ୱର ଉତ୍ତର ବିଧାୟକ ପ୍ରିୟଦର୍ଶୀ ମିଶ୍ର, ମେୟର ଅନନ୍ତ ନାରାୟଣ ଜେନା, ଡେପୁଟି ମେୟର କେ.ଶାନ୍ତି, ଓଡ଼ିଶା ଚଳଚ୍ଚିତ୍ର ନିଗମର ଅଧ୍ୟକ୍ଷ ସତ୍ୟବ୍ରତ ତ୍ରିପାଠୀ, ଅବାକରୀ ବିଭାଗ ପ୍ରମୁଖ ସଚିବ ନିକୁଞ୍ଜ ବିହାରୀ ଧଳ, ବିଏମ୍ସିର ଡେପୁଟି କମିସନର ଶ୍ରୀମନ୍ତ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us