ବିଏମ୍‌ସିସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୧୭’

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୧୭’ ୟୁନିଟ୍‌-୮ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟରେ ଆଜି ଅନୁଷ୍ଠିତ ହୋଇଛି। ଏଥିରେ ଖୋର୍ଧା ଜିଲ୍ଲା ଶିକ୍ଷା ଅଧିକାରୀ(ଡିଇଓ) ବୃନ୍ଦାବନ ଶତପଥୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ବିଭିନ୍ନ ଉପଦେଶ ଦେଇଥିଲେ। ଜିଲ୍ଲା ପ୍ରକଳ୍ପ ସଂଯୋଜିକା ଅମିତା ପଟ୍ଟନାୟକ, ବିଏମ୍‌ସି ମେୟର ଅନନ୍ତ ନାରାୟଣ ଜେନା, ଓ୍ଵାର୍ଡ ନମ୍ବର ୪୮ କର୍ପୋରେଟର ନିହାର ରଞ୍ଜନ ସାହୁ, ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବିଥିକା ରାୟ, ଜିଲ୍ଲା ସର୍ବଶିକ୍ଷା ଅଭିଯାନର ଯୋଜନା ସଂଯୋଜିକା ମନସ୍ମିନୀ ପ୍ରଧାନ, ଭୁବନେଶ୍ୱର ଗୋଷ୍ଠୀ ଶିକ୍ଷା ଅଧିକାରୀ ସସ୍ମିତା ମାଳି ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ।

କନିଷ୍ଠ ଓ ବରିଷ୍ଠ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିତର୍କ, ପ୍ରବନ୍ଧ ଲିଖନ, ଚିତ୍ରାଙ୍କନ, କୁଇଜ୍‌, ସୃଜନାତ୍ମକ ଲେଖନ ଆଦି ପ୍ରତିଯୋଗିତା ହୋଇଥିଲା। ଏଥିରେ ବିଏମ୍‌ସିର ୧୯ଟି କ୍ଲଷ୍ଟରରୁ ୪୭୦ ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। ବିଏମ୍‌ସିର ୟୁଆରସିସି ବିଦ୍ୟାଧର ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।

ସମ୍ବନ୍ଧିତ ଖବର