ଭୁବନେଶ୍ୱର: ଉତ୍କଳ ବିଶ୍ବବିଦ୍ୟାଳୟ ପରିସରରେ ଜଣେ ନାବାଳକର ମୃତ୍ୟୁ ଘଟିଛି। ସେ ସାଇକେଲ୍ରେ ଯାଉଥିବା ବେଳେ କାର୍ ଶିଖୁଥିବା ଜଣେ ଯୁବକ ତାଙ୍କୁ ଧକ୍କା ଦେଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ କ୍ୟାପିଟାଲ ଓ ପରେ କଳିଙ୍ଗ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ତେବେ ଚିକିତ୍ସା ଅଭାବରୁ ତାଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ କରି ସେଠାରେ ତାଙ୍କର କେତେକ ସାଙ୍ଗ ଓ ସଂପର୍କୀୟ ହୋ-ହଲ୍ଲା କରିଥିଲେ। ଖବର ପାଇ ସହିଦନଗର ଥାନା ପୁଲିସ ହସ୍ପିଟାଲରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲା। ତେବେ ଏ ନେଇ ଥାନାରେ କୌଣସି ମାମଲା ରୁଜୁ ହୋଇ ନଥିବା ଜଣାପଡ଼ିଛି।