ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳନ

ଭୁବନେଶ୍ବର: ଭିଏସ୍‌ଏସ୍‌ ନଗର ଉନ୍ନୟନ ପରିଷଦ ଓ ଉତ୍କଳ ସମ୍ମିଳନୀ ମଞ୍ଚେଶ୍ବର ଶାଖା ପକ୍ଷରୁ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଅବସରରେ ଭିଏସ୍ଏସ୍ ନଗରରେ ଥିବା ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା।

ଏଥିରେ ଅନୁଷ୍ଠାନର ସାଧାରଣ ସମ୍ପାଦକ ଦିଲ୍ଲୀପ ଦାଶଶର୍ମା ସଭାପତିତ୍ୱ କରିଥିବା ବେଳେ ବିଧାୟକ ସୁଶାନ୍ତ ରାଉତ, ମେୟର ସୁଲୋଚନା ଦାସ ଓ ସ୍ଥାନୀୟ କର୍ପୋରେଟର ପ୍ରଭାସିନୀ ମହାନ୍ତି ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଦୁର୍ଗାପୂଜା କମିଟିର ଉପସଭାପତି ନିମାଇଁ ଚରଣ ଦାସ, ସାଧାରଣ ସମ୍ପାଦକ ଶୀତଳ ଚନ୍ଦ୍ର ମହାନ୍ତି, ସମ୍ପାଦକ ସୁରେଶ କର, କୋଷାଧକ୍ଷ ମହେଶ୍ୱର ବିଶ୍ୱାଳ, ପ୍ରତାପ ନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ।

ସମ୍ବନ୍ଧିତ ଖବର