ଭୁବନେଶ୍ବର: ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟର ବରିଷ୍ଠ ଅଧିକାରୀମାନଙ୍କ ସହ ସମୀକ୍ଷା କରିଛନ୍ତି। ରାଜ୍ୟ ଅତିଥି ଭବନରେ ଦୁଇ ଉପମୁଖ୍ୟମନ୍ତ୍ରୀ କେ ଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା ଉପସ୍ଥିତିରେ ହୋଇଥିବା ଏହି ସମୀକ୍ଷା ବୈଠକରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ସହ ବିଭିନ୍ନ ବିଭାଗର ସଚିବମାନେ ଉପସ୍ଥିତ ଥିଲେ। ରାଜ୍ୟର ଅର୍ଥନୈତିକ ସ୍ଥିତି, ଚାଲୁ ରହିଥିବା ବିଭିନ୍ନ ଜନକଲ୍ୟାଣ ଯୋଜନା, ବିଭିନ୍ନ ପ୍ରକଳ୍ପର ସ୍ଥିତି, ପୁଞ୍ଜିନିବେଶ ପ୍ରସ୍ତାବ ଓ ବିଭିନ୍ନ ଅର୍ଥନୈତିକ କ୍ଷେତ୍ରର ବିକାଶ ଦିଗରେ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସଚିବମାନେ ଅବଗତ କରାଇଥିଲେ। ବର୍ତ୍ତମାନ ସମୟରେ ରାଜ୍ୟ ଗୁରୁତ୍ବପୂର୍ଣ୍ଣ ସମସ୍ୟା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ବୈଠକ ପରେ ମୁଖ୍ୟ ଶାସନ ସଚିବ ଶ୍ରୀ ଜେନା କହିଥିଲେ, ରାଜ୍ୟର ସାମ୍ପ୍ରତିକ ସ୍ଥିତି ସମ୍ପର୍କରେ ଆମେ ଉପସ୍ଥାପନା କରିଥିଲୁ। ଆସନ୍ତା ୩/୪ ଦିନ ଭିତରେ ଏମିତି ଆଉ କିଛି ବୈଠକ ହେବ।
ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ: ରାଜ୍ୟର ସାମ୍ପ୍ରତିକ ସ୍ଥିତି ସମ୍ପର୍କରେ ଜଣାଇଲେ ସଚିବ
Advertisment
Follow Us