ମାଟ୍ରିକ୍‌ ପରୀକ୍ଷା ଏ-୧ ଗ୍ରେଡ୍‌ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ବର: ୟୁନିଟ୍‌-୪ ସ୍ଥିତ ବିବେକାନନ୍ଦ ଶିକ୍ଷାକେନ୍ଦ୍ର ପକ୍ଷରୁ ବିଦ୍ୟାଳୟ ପରିସରରେ ଚଳିତବର୍ଷ ମାଟ୍ରିକ୍‌ ପରୀକ୍ଷାରେ ଏ-୧ ଗ୍ରେଡ୍‌ରେ ପାସ୍‌ କରିଥିବା ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଏଥିରେ ୬ଜଣ ଛାତ୍ରଛାତ୍ରୀ ଓ ସେମାନଙ୍କ ଅଭିଭାବକଙ୍କୁ ସମ୍ବର୍ଦ୍ଧିତ କରାଯାଇଛି।

ଅତିଥି ଭାବେ ପୂର୍ବତନ କର୍ପୋରେଟର ନରେନ୍ ସାହୁ ଓ ଅବସରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ସବିତା ରାଉତାରାୟ ଯୋଗ ଦେଇ ଛାତ୍ରଛାତ୍ରୀଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରିଥିଲେ। ବିଦ୍ୟାଳୟ ପ୍ରଧାନଶିକ୍ଷକ ଅମ୍ବିକା ପ୍ରସାଦ ଦାସ ସ୍ବାଗତ ଭାଷଣ ଦେଇଥିଲେ। କାର୍ଯ୍ୟକ୍ରମରେ ବରିଷ୍ଠ ଶିକ୍ଷକ ପ୍ରଭାସ ଚନ୍ଦ୍ର ମିଶ୍ର ଧନ୍ୟବାଦ ଦେଇଥିବା ବେଳେ ବିଜୟ କୁମାର ମହାନ୍ତି ସଭା ପରିଚାଳନା କରିଥିଲେ।

ସମ୍ବନ୍ଧିତ ଖବର